ଏହି ଜିଲ୍ଲା ଗୁଡିକରେ ବର୍ଷା ସମ୍ଭାବନା

0 113

ଭୁବନେଶ୍ୱର: ବଙ୍ଗୋପ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଦକ୍ଷିଣ ପଶ୍ଚିମ ବଙ୍ଗୋପ ସାଗର ଓ ଶ୍ରୀଲଙ୍କା ଉପକୂଳ ମଧ୍ୟରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ସମାନ୍ତରାଳ ଭାବେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି । ଏହାର ପ୍ରଭାବରେ ରାଜ୍ୟରେ ଆଜିଠୁ ଆସନ୍ତା ୨ ତାରିଖ ପର୍ଯ୍ୟନ୍ତ ପାଗରେ ପରିବର୍ତ୍ତନ ଦେଖାଯିବ । ଏହା ସହିତ ଲଘୁଚାପ ପ୍ରଭାବରେ ୭ଟି ଜିଲ୍ଲାରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି ।ତେବେ ଏହି ୭ଟି ଜିଲ୍ଲା ଗୁଡିକ ହେଲା ଗଞ୍ଜାମ, ଗଜପତି, କନ୍ଧମାଳ ଓ ରାୟଗଡାରେ ବର୍ଷା ହେବାର ସମ୍ଭାବନା ରହିଛି ଓ କୋରାପୁଟ, ମାଲକାନାଗିରି, ନବରଙ୍ଗପୁର ଜିଲ୍ଲାରେ ମଧ୍ୟ ବର୍ଷା ହେବ ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ କହିଛି । ଅନ୍ୟ ଜିଲ୍ଲା ଗୁଡିକରେ କୋହଲା ପାଗ ଓ ହାଲ୍କା ପବନ ବହିବ ।

hiranchal ad1
Leave A Reply

Your email address will not be published.

3 × 3 =