ରାଜ୍ୟରେ ପୁଣି ୨୩୪ କରୋନା ଆକ୍ରାନ୍ତ ଚିହ୍ନଟ, ୩ ମୃତ

0 69

ଭୁବନେଶ୍ୱର: ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ଗତ ୨୪ ଘଣ୍ଟା ମଧ୍ୟରେ ୨୩୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୮୭୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୬ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୮ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୬ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୨ଜଣ, ଭଦ୍ରକ ଜିଲ୍ଲାରୁ ୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୫ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୮ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫ଜଣ, କୋରାପୁଟ ଜିଲ୍ଲାରୁ ଜଣେ, ମାଲକାନଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୧୭ଜଣ, ନୟାଗଡ଼ ଜିଲ୍ଲାରୁ ୫ଜଣ, ନୂଆପଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୯ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮ଜଣ, ଷ୍ଟେଟ୍ ପୁଲ୍‌ରୁ ୬ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୨୮୭୩୮ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୨୭୫୩ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୨୪୦୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୬୮୫୫୮୨୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩ ଜଣଙ୍କର କରୋନାଜନିତ ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ୩ ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା, ରାୟଗଡା ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

nineteen − 1 =