ରେକର୍ଡ ଭାଙ୍ଗିଲା କରୋନା : ଦିନକରେ ୮୩୮୬ ପଜିଟିଭ ଚିହ୍ନଟ

0 136

ଭୁବନେଶ୍ୱର ୨୮ ।୦୪ : ରାଜ୍ୟରେ ବଢିବାରେ ଲାଗିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ପ୍ରତିଦିନ ଚିହ୍ନଟ ହେଉଥିବା ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ଧିରେ ଧିରେ ବୃଦ୍ଧି ପାଉଛି । ଗତ ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ୮୩୮୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୨୮୫୧୫ରେ ପହଞ୍ଚିଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୭୮୧ ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୩୬୦୫ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩୪୭ଜଣ, ବାଲେଶ୍ୱର ଜିଲ୍ଲାରୁ ୨୦୨ଜଣ, ବରଗଡ଼ ଜିଲ୍ଲାରୁ ୨୫୭ଜଣ, ଭଦ୍ରକ ଜିଲ୍ଲାରୁ ୬୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୫୮ଜଣ, ବୌଦ୍ଧ ଜିଲ୍ଲାରୁ ୮୩ଜଣ, କଟକ ଜିଲ୍ଲାରୁ ୪୯୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୧ଜଣ, ଗଜପତି ଜିଲ୍ଲାରୁ ୯୬ଜଣ, ଗଞ୍ଜାମ ଜିଲ୍ଲାରୁ ୨୦୯ଜଣ, ଜଗତସିଂହପୁର ଜିଲ୍ଲାରୁ ୧୨୯ଜଣ, ଯାଜପୁର ଜିଲ୍ଲାରୁ ୨୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୩୩ଜଣ, କଳାହାଣ୍ଡି ଜିଲ୍ଲାରୁ ୧୨୬ଜଣ, କନ୍ଧମାଳ ଜିଲ୍ଲାରୁ ୫୩ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୮୪୦ଜଣ, କୋରାପୁଟ ଜିଲ୍ଲାରୁ ୬୯ଜଣ, ମାଲକାନଗିରି ଜିଲ୍ଲାରୁ ୨୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୮୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୮୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୨ଜଣ, ନୂଆପଡ଼ା ଜିଲ୍ଲାରୁ ୨୩୩ଜଣ, ପୁରୀ ଜିଲ୍ଲାରୁ ୨୫୯ଜଣ, ରାୟଗଡ଼ା ଜିଲ୍ଲାରୁ ୭୫ଜଣ, ସମ୍ବଲପୁର ଜିଲ୍ଲାରୁ ୩୦୭ଜଣ, ସୋନପୁର ଜିଲ୍ଲାରୁ ୬୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୩୩ଜଣ, ଷ୍ଟେଟ୍ ପୁଲ୍‌ରୁ ୩୪୮ଜଣ ରହିଛନ୍ତି ।
ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୨୮୫୧୫ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୫୨୪୫ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩୭୧୨୦୦ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୯୯୯୭୧୪୦ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୮୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୧୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୧୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ପୁରୀ ଜିଲ୍ଲାରୁ ୩ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ ରହିଥିବା ବେଳେ ଖୋର୍ଦ୍ଧା, ଗଞ୍ଜାମ, ବୌଦ୍ଧ ଏବଂ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

5 × 3 =