ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତ ସଂଖ୍ୟା ବଢିବାରେ ଲାଗିଛି । ଶୁକ୍ରବାର ରାଜ୍ୟରେ ପୁଣି ୧୪୬ କରୋନା ପିଜିଟିଭ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୧୪୦ରେ ପହଞ୍ଚିଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରିଛନ୍ତି । ସଂକ୍ରମିତଙ୍କ ମଧ୍ୟରୁ ୧୨୭ଜଣ କ୍ୱାରେଣ୍ଟାଇନ ସେଣ୍ଟରରେ ରହିଥିବା ବେଳେ ୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ଏମାନଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୧୮, ଯାଜପୁର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୯, ବାଲେଶ୍ୱରରୁ ୭, କଟକ ଜିଲ୍ଲାରୁ ୨, କେନ୍ଦ୍ରାପଡା ଜିଲ୍ଲାରୁ ୨, ବଲାଙ୍ଗୀର ଜିଲ୍ଲାରୁ ଜଣେ, ସୁନ୍ଦରଗଡ ଜିଲ୍ଲାରୁ ୭, ଜଗତସିଂହପୁର ଜିଲ୍ଲାରୁ ୮, ନୟାଗଡ ଜିଲ୍ଲାରୁ ୩, ମୟୁରଭଞ୍ଜ ଜିଲ୍ଲାରୁ ୩, ଏନ୍ଡିଆରଏଫ୍-ଓଡ୍ରାଫ୍ ର ୬୧ଜଣ ସଦସ୍ୟ, କେନ୍ଦୁଝର ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଦେବଗଡ ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୨ଜଣ, କଳାହାଣ୍ଡି ଜିଲ୍ଲାରୁ ୩ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ ଚିହ୍ନଟ ହୋଇଛନ୍ତି ।
ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧୯୯୩ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୧୩୬ଜଣ ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ସେହିପରି୯ଜଣ ଏହି ବିଶ୍ୱ ମହାମାରୀରେ ପ୍ରାଣ ହରାଇଛନ୍ତି ।
Sign in
Sign in
Recover your password.
A password will be e-mailed to you.
Prev Post