ରାଜ୍ୟରେ ଖସୁଛି ଦୈନିକ ସଂକ୍ରମଣ ମାମଲା: ପୁଣି ୧୨୪୭ ନୂଆ ଆକ୍ରାନ୍ତ ଚିହ୍ନଟ, ୧୩ ମୃତ

0 120

ଭୁବନେଶ୍ୱର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୮୩୯୪୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୨୯ଜଣ କ୍ୱାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୬୯ଜଣ, ବାଲେଶ୍ୱର ଜିଲ୍ଲାରୁ ୨୩ଜଣ, ବରଗଡ଼ ଜିଲ୍ଲାରୁ ୩୨ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୮ଜଣ, ବୌଦ୍ଧ ଜିଲ୍ଲାରୁ ୩୭ଜଣ, କଟକ ଜିଲ୍ଲାରୁ ୧୦୫ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୫୪ଜଣ, ଯାଜପୁର ଜିଲ୍ଲାରୁ ୩୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୫ଜଣ, କଳାହାଣ୍ଡି ଜିଲ୍ଲାରୁ ୪୦ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୪୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୦୬ଜଣ, କୋରାପୁଟ ଜିଲ୍ଲାରୁ ୨୬ଜଣ, ମାଲକାନଗିରି ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୨ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୩୮ଜଣ, ପୁରୀ ଜିଲ୍ଲାରୁ ୨୨ଜଣ, ରାୟଗଡ଼ା ଜିଲ୍ଲାରୁ ୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୪ଜଣ, ସୋନପୁର ଜିଲ୍ଲାରୁ ୧୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୬ଜଣ, ଷ୍ଟେଟ ପୁଲ୍‌ରୁ ୨୯ଜଣ ରହିଛନ୍ତି ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୮୩୯୪୨ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୬୫୧୨ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୬୬୧୦୫ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୩୮୫୨୫୯ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।
ସେହିପରି ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୭ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୩ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୨୭୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ଦିଆଯାଇଛି । ୧୩ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ନୂଆପଡା ଜିଲ୍ଲାରୁ ୩ ଜଣ, ଝାରସୁଗୁଡା, କେନ୍ଦୁଝର ଜିଲ୍ଲାରୁ ୨ ଜଣ, ମାଲକାନଗିରି ଏବଂ ସୁନ୍ଦରଗଡ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

fourteen − 4 =