ପୁଣି ୩୫ଜଣଙ୍କ ମୁଣ୍ଡ ନେଲା କରୋନା, ୮୩୧୩ ପଜିଟିଭ ଚିହ୍ନଟ

0 159

ଭୁବନେଶ୍ୱର ୩୧ ।୫: ରାଜ୍ୟରେ ପୁଣି ଆକ୍ରାନ୍ତ ସଂଖ୍ୟା କମିଛି । । ସେହିଭଳି କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୮୩୧୩ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୫୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ସର୍ବାଧିକ ୫ଜଣ ରହିଥିବା ବେଳେ କଟକ, କଳାହାଣ୍ଡି, କେନ୍ଦ୍ରାପଡ଼ା, ଖୋର୍ଦ୍ଧା , ନବରଙ୍ଗପୁର , ସୋନପୁର ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି ଦେବଗଡ଼ , ଗଜପତି, ଗଞ୍ଜାମ, ଝାରସୁଗୁଡ଼ା, ସୁନ୍ଦରଗଡ଼ରୁ ୨ଜଣ ଲେଖାଏଁ ରହିଥିବା ବେଳେ ନୟାଗଡ଼, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଆଜି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୦୫ଜଣ, ବାଲେଶ୍ୱର ଜିଲ୍ଲାରୁ ୪୫୨ଜଣ, ବରଗଡ଼ ଜିଲ୍ଲାରୁ ୨୭୯ଜଣ, ଭଦ୍ରକ ଜିଲ୍ଲାରୁ ୧୧୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୧୯ଜଣ, ବୌଦ୍ଧ ଜିଲ୍ଲାରୁ ୨୦୯ଜଣ, କଟକ ଜିଲ୍ଲାରୁ ୫୯୩ଜଣ, ଦେଓଗଡ଼ ଜିଲ୍ଲାରୁ ୫୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୦୭ଜଣ, ଗଜପତି ଜିଲ୍ଲାରୁ ୮୫ଜଣ, ଗଞ୍ଜାମ ଜିଲ୍ଲାରୁ ୧୨୯ଜଣ, ଜଗତସିଂହପୁର ଜିଲ୍ଲାରୁ ୨୮୦ଜଣ, ଯାଜପୁର ଜିଲ୍ଲାରୁ ୩୫୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୧୧ଜଣ, କଳାହାଣ୍ଡି ଜିଲ୍ଲାରୁ ୧୬୨ଜଣ, କନ୍ଧମାଳ ଜିଲ୍ଲାରୁ ୯୦ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୩୧ଜଣ, କେନ୍ଦୁଝର ଜିଲ୍ଲାରୁ ୧୮୦ଜଣ , ଖୋର୍ଦ୍ଧା ଜିଲ୍ଲାରୁ ୯୭୪ଜଣ, କୋରାପୁଟ ଜିଲ୍ଲାରୁ ୧୯୮ଜଣ, ମାଲକାନଗିରି ଜିଲ୍ଲାରୁ ୧୦୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩୨ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୦୫ଜଣ, ନୟାଗଡ଼ ଜିଲ୍ଲାରୁ ୨୦୫ଜଣ, ନୟାଗଡ଼ ଜିଲ୍ଲାରୁ ୨୮୩ଜଣ, ନୂଆପଡ଼ା ଜିଲ୍ଲାରୁ ୫୩ଜଣ, ପୁରୀ ଜିଲ୍ଲାରୁ ୪୦୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୪୮ଜଣ, ସମ୍ବଲପୁର ଜିଲ୍ଲାରୁ ୨୦୪ଜଣ, ସୋନପୁର ଜିଲ୍ଲାରୁ ୧୨୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୬୫ଜଣ, ଷ୍ଟେଟ୍ ପୁଲ୍‌ରୁ ୧୬୨ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

twelve + 4 =