ସାରା ଓଡ଼ିଶାକୁ ଛଇଁଲା ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ,୨୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

0 168

ଭୁବନେଶ୍ୱର : ଆଜି ସାରା ଓଡ଼ିଶାକୁ ଛଇଁଲା ଦକ୍ଷିଣ -ପଶ୍ଚିମ ମୌସୁମୀ ବାୟୁ ।  ଏନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ଅନ୍ୟପକ୍ଷରେ ଲଘୁଚାପ କ୍ଷେତ୍ର ପ୍ରଭାବରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ।  ଏନେଇ ରାଜ୍ୟର ୨୧ଟି ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ତନ୍ମଧ୍ୟରୁ ୮ଟି ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି ।  ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୁଳ, କେନ୍ଦୁଝର ଓ ମୟୂରଭଞ୍ଜ  । ରାଜ୍ୟର ଅନ୍ୟ ୧୩ଟି ଜିଲ୍ଲାରେ ପ୍ରବଳ ବର୍ଷା ନେଇ ସତର୍କ ସୂଚନା ଜାରି କରାଯାଇଛି । ସମ୍ପୃକ୍ତ ଜିଲ୍ଲାଗୁଡ଼ିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ଢେଙ୍କାନାଳ, ଯାଜପୁର, କଟକ, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଖୋର୍ଦ୍ଧା ଓ ପୁରୀ । 

hiranchal ad1
Leave A Reply

Your email address will not be published.

seventeen − sixteen =