ରାଜ୍ୟରେ ପୁଣି ୧୭୫ କରୋନା ଆକ୍ରାନ୍ତ ଚିହ୍ନଟ, ମୋଟ ସଂଖ୍ୟା ୪୩୩୮ରେ ପହଞ୍ଚିଲା

0 125

ଭୁବନେଶ୍ୱର : ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ରାଜ୍ୟରେ ଆଜି ୧୭୫ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ୱିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୫ ଜଣ କ୍ୱାରେଣ୍ଟାଇନ୍ ସେଣ୍ଟରରେ ରହିଥିବା ବେଳେ ଅନ୍ୟ ୩୦ ଜଣ ସ୍ଥାନୀୟ ଅଞ୍ଚଳର ରହିଛନ୍ତି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ମୟୁରଭଞ୍ଜରୁ ୫ଜଣ, ଖୋର୍ଦ୍ଧାରୁ ୨୫ଜଣ, ସୁନ୍ଦରଗଡ ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡା ଜିଲ୍ଲାରୁ ଜଣେ , ବାଲେଶ୍ୱର ଜିଲ୍ଲାରୁ ୬ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ଜଣେ, ନୂଆପଡା ଜିଲ୍ଲାରୁ ୪ଜଣ, କନ୍ଧମାଳ ଜିଲ୍ଲାରୁ ୭ଜଣ, ବରଗଡ ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୮ଜଣ, ଗଜପତି ଜିଲ୍ଲାରୁ ୫୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ଜଣେ ରହିଛନ୍ତି । ଏହାସହ ୨୧ ଜଣ ଅଗ୍ନିଶମ ବିଭାଗର କର୍ମଚାରୀ ସଂକ୍ରମିତ ହୋଇଛନ୍ତି । ଏମାନେ ଅମ୍ଫାନ୍ ପୁନଃରୁଦ୍ଧାର କାମ ସାରି ପଶ୍ଚିମବଙ୍ଗରୁ ଫେରିଥିଲେ ।ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୪୩୩୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୩୫୦ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୨୯୭୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ସେହିପରି ୧୧ ଜଣଙ୍କର ମୃତ୍ୟୁ କରୋନା ଜନିତ ହୋଇଥିବା ବେଳେ ୩ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି ।

hiranchal ad1
Leave A Reply

Your email address will not be published.

three × 5 =