ରାଜ୍ୟରେ ପୁଣି ବଢିଲା ସଂକ୍ରମଣ, କରୋନା ନେଲା ଆଉ ୩୩ ଜୀବନ

0 147

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ପୁଣି ସଂଖ୍ୟା ଧିରେ ଧିରେ ବଢିବାରେ ଲାଗିଛି । ସେହିଭଳି କରୋନାଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୯୫୪୧ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୭୧୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୫ ଜଣ, ବୌଦ୍ଧ, ନବରଙ୍ଗପୁର, କଳାହାଣ୍ଡି ଓ ସୁନ୍ଦରଗଡ ଜିଲ୍ଲାରୁ ୩ ଜଣ ଲେଖାଏଁ, କଟକ, ଦେବଗଡ, ଗଜପତି, କନ୍ଧମାଳ, କେନ୍ଦୁଝର ଓ ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ ଲେଖାଏଁ, ଗଞ୍ଜାମ, କୋରାପୁଟ, ମାଲକାନଗିରି, ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ସେହିପରି ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୬୨ଜଣ, ବାଲେଶ୍ୱର ଜିଲ୍ଲାରୁ ୩୦୨ଜଣ, ବରଗଡ଼ ଜିଲ୍ଲାରୁ ୨୮୪ଜଣ, ଭଦ୍ରକ ଜିଲ୍ଲାରୁ ୪୬୪ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୧ଜଣ, ବୌଦ୍ଧ ଜିଲ୍ଲାରୁ ୧୭୭ଜଣ, କଟକ ଜିଲ୍ଲାରୁ ୭୧୬ଜଣ, ଦେଓଗଡ଼ ଜିଲ୍ଲାରୁ ୬୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୧୭ଜଣ, ଗଜପତି ଜିଲ୍ଲାରୁ ୬୯ଜଣ, ଗଞ୍ଜାମ ଜିଲ୍ଲାରୁ ୧୫୦ଜଣ, ଜଗତସିଂହପୁର ଜିଲ୍ଲାରୁ ୨୯୯ଜଣ, ଯାଜପୁର ଜିଲ୍ଲାରୁ ୪୮୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪୦ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୦୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୪ଜଣ, କେନ୍ଦୁଝର ଜିଲ୍ଲାରୁ ୧୭୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୩୪୨ଜଣ, କୋରାପୁଟ ଜିଲ୍ଲାରୁ ୨୧୫ଜଣ, ମାଲକାନଗିରି ଜିଲ୍ଲାରୁ ୧୨୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୬୯୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫୪ଜଣ, ନୟାଗଡ଼ ଜିଲ୍ଲାରୁ ୨୩୦ଜଣ, ନୂଆପଡ଼ା ଜିଲ୍ଲାରୁ ୫୦ଜଣ, ପୁରୀ ଜିଲ୍ଲାରୁ ୫୨୮ଜଣ, ରାୟଗଡ଼ା ଜିଲ୍ଲାରୁ ୧୬୪ଜଣ, ସମ୍ବଲପୁର ଜିଲ୍ଲାରୁ ୨୨୯ଜଣ, ସୋନପୁର ଜିଲ୍ଲାରୁ ୨୪୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୯୫ଜଣ, ଷ୍ଟେଟ୍ ପୁଲ୍‌ରୁ ୨୨୭ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

3 + 16 =