ପୁଣି ୩୮ଜଣଙ୍କ ମୁଣ୍ଡ ନେଲା କରୋନା, ଚିହ୍ନଟ ହେଲେ ୨୯୫୭ ଆକ୍ରାନ୍ତ

0 114

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୨୯୫୭ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୬୭୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

hiring

ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୬ଜଣ ରହିଥିବା ବେଳେ ବରଗଡ଼, କଟକ ଜିଲ୍ଲାରୁ ୫ଜଣ ରହିଛନ୍ତି । ପୁରୀ, ମୟୁରଭଞ୍ଜ ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ସମ୍ବଲପୁରରୁ ୩ଜଣ ରହିଛନ୍ତି । ସେହିପରି ଜଗତସିଂହପୁର , ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ସୁନ୍ଦରଗଡ଼, କୋରାପୁଟ, କେନ୍ଦୁଝର, ଗଞ୍ଜାମ, ଢେଙ୍କାନାଳ, ଦେବଗଡ଼, ଅନୁଗୁଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧୦ଜଣ, ବାଲେଶ୍ୱର ଜିଲ୍ଲାରୁ ୨୪୭ଜଣ, ବରଗଡ଼ ଜିଲ୍ଲାରୁ ୪୧ଜଣ, ଭଦ୍ରକ ଜିଲ୍ଲାରୁ ୧୯୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୩୭ଜଣ, ବୌଦ୍ଧ ଜିଲ୍ଲାରୁ ୪୭ଜଣ, କଟକ ଜିଲ୍ଲାରୁ ୨୭୨ଜଣ, ଦେଓଗଡ଼ ଜିଲ୍ଲାରୁ ୧୦ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୨ଜଣ, ଗଜପତି ଜିଲ୍ଲାରୁ ୨୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୮ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୬୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩ଜଣ, କଳାହାଣ୍ଡି ଜିଲ୍ଲାରୁ ୩୮ଜଣ, କନ୍ଧମାଳ ଜିଲ୍ଲାରୁ ୫୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୬ଜଣ, କେନ୍ଦୁଝର ଜିଲ୍ଲାରୁ ୫୭ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୦୮ଜଣ, କୋରାପୁଟ ଜିଲ୍ଲାରୁ ୬୦ଜଣ, ମାଲକାନଗିରି ଜିଲ୍ଲାରୁ ୫୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୫ଜଣ, ନୟାଗଡ଼ ଜିଲ୍ଲାରୁ ୧୧୨ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୨୧୯ଜଣ, ରାୟଗଡ଼ା ଜିଲ୍ଲାରୁ ୬୩ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୨୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୫୮ଜଣ, ଷ୍ଟେଟ ପୁଲ୍‌ରୁ ୭୦ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

17 − 12 =