ରାଜ୍ୟରେ ଚିହ୍ନଟ ହେଲେ ୧୪୭୦ କରୋନା ପଜିଟିଭ୍

0 92

ଭୁବନେଶ୍ବର : ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିବାରେ ଲାଗିଛି । ପ୍ରତିଦିନ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା କମୁଛି । ତେବେ ୨୪ ଘଣ୍ଟା ମଧ୍ୟରେ ୧୪୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୦୧୧୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୬୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୬ଜଣ, ବାଲେଶ୍ୱର ଜିଲ୍ଲାରୁ ୫୬ଜଣ, ବରଗଡ଼ ଜିଲ୍ଲାରୁ ୬୧ଜଣ, ଭଦ୍ରକ ଜିଲ୍ଲାରୁ ୧୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୩ଜଣ, ବୌଦ୍ଧ ଜିଲ୍ଲାରୁ ୧୭ଜଣ, କଟକ ଜିଲ୍ଲାରୁ ୧୨୬ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୭ଜଣ, ଗଜପତି ଜିଲ୍ଲାରୁ ୮ଜଣ, ଗଞ୍ଜାମ ଜିଲ୍ଲାରୁ ୨୨ଜଣ, ଜଗତସିଂହପୁର ଜିଲ୍ଲାରୁ ୭୬ଜଣ, ଯାଜପୁର ଜିଲ୍ଲାରୁ ୪୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୩୯ଜଣ, କଳାହାଣ୍ଡି ଜିଲ୍ଲାରୁ ୩୧ଜଣ, କନ୍ଧମାଳ ଜିଲ୍ଲାରୁ ୧୧ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୭୫ଜଣ, କେନ୍ଦୁଝର ଜିଲ୍ଲାରୁ ୫୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୭୦ଜଣ, କୋରାପୁଟ ଜିଲ୍ଲାରୁ ୨୪ଜଣ, ମାଲକାନଗିରି ଜିଲ୍ଲାରୁ ୨୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୩୪ଜଣ, ନୂଆପଡ଼ା ଜିଲ୍ଲାରୁ ୬୧, ନୟାଗଡ଼ ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬୪ଜଣ, ରାୟଗଡା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୩୪ଜଣ, ସୋନପୁର ଜିଲ୍ଲାରୁ ୨୭ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧୨ଜଣ, ଷ୍ଟେଟ ପୁଲ୍‌ରୁ ୩୦ଜଣ ରହିଛନ୍ତି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୨୯୦୧୧୬ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୯୦୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୭୩୮୩୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୪୫୫୫୮୧୫ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

1 × two =