ରାଜ୍ୟରେ ପୁଣି କରୋନା ନେଲା ୪୫ଜଣଙ୍କ ମୁଣ୍ଡ, ୪୪୬୯ ପଜିଟିଭ ଚିହ୍ନଟ

0 207

ଭୁବନେଶ୍ୱର : ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ କରୋନା ଜନିତ ମୃତ୍ୟୁସଂଖ୍ୟା କମିବାର ନାଁ ନେଉନି । ଗତ ୨୪ ଘଣ୍ଟା ମଧ୍ୟରେ ୪୪୬୯ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୪୫ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୩୦୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ ରହିଥିବା ବେଳେ ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍‌ବର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୨୨୬ଜଣ, ବାଲେଶ୍ୱର ଜିଲ୍ଲାରୁ ୩୧୮ଜଣ, ବରଗଡ଼ ଜିଲ୍ଲାରୁ ୮୫ଜଣ, ଭଦ୍ରକ ଜିଲ୍ଲାରୁ ୧୬୫ଜଣ, ବଲାଙ୍ଗୀର ଜିଲ୍ଲାରୁ ୫୬ଜଣ, ବୌଦ୍ଧ ଜିଲ୍ଲାରୁ ୯୦ଜଣ, କଟକ ଜିଲ୍ଲାରୁ ୪୧୩ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୨୫୨ଜଣ, ଗଜପତି ଜିଲ୍ଲାରୁ ୨୬ଜଣ, ଗଞ୍ଜାମ ଜିଲ୍ଲାରୁ ୪୩ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୦ଜଣ, ଯାଜପୁର ଜିଲ୍ଲାରୁ ୩୭୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨୭ଜଣ, କଳାହାଣ୍ଡି ଜିଲ୍ଲାରୁ ୯୨ଜଣ, କନ୍ଧମାଳ ଜିଲ୍ଲାରୁ ୨୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୫୯ଜଣ, କେନ୍ଦୁଝର ଜିଲ୍ଲାରୁ ୯୬ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୧୨ଜଣ, କୋରାପୁଟ ଜିଲ୍ଲାରୁ ୮୭ଜଣ, ମାଲକାନଗିରି ଜିଲ୍ଲାରୁ ୭୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨୧୬ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୧୮ଜଣ, ନୟାଗଡ଼ ଜିଲ୍ଲାରୁ ୧୨୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୪ଜଣ, ପୁରୀ ଜିଲ୍ଲାରୁ ୨୪୩ଜଣ, ରାୟଗଡ଼ା ଜିଲ୍ଲାରୁ ୧୩୭ଜଣ, ସମ୍ବଲପୁର ଜିଲ୍ଲାରୁ ୬୧ଜଣ, ସୋନପୁର ଜିଲ୍ଲାରୁ ୬୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୦୩ଜଣ, ଷ୍ଟେଟ୍‌ ପୁଲ୍‌ରୁ ୧୦୬ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

19 − 8 =