ଆଉ ଦୁଇ ଜିଲ୍ଲାରେ ‘ଆମ ଓଡିଶା ନବୀନ ଓଡିଶା’ ଶୁଭାରମ୍ଭ, ବିଭିନ୍ନ ପ୍ରକଳ୍ପ ପାଇଁ ୩୧୧ କୋଟି ଟଙ୍କା ମଞ୍ଜୁର

0 62

ଭୁବନେଶ୍ୱର: ନୂଆ ଓଡିଶା ସଶକ୍ତ ଓଡିଶା ଗଠନର ଭିତ୍ତିଭୂମିକୁ ସୁଦୃଢ କରିବା ପାଇଁ ଆରମ୍ଭ ହୋଇଛି ରାଜ୍ୟ ସରକାରଙ୍କର ଗ୍ରାମାଭିମୂଖୀ ମହତ୍ୱକାଂକ୍ଷୀ ଯୋଜନା ‘ଆମ ଓଡିଶା ନବୀନ ଓଡିଶା’ । ପ୍ରତି ପଞ୍ଚାୟତ ଏବଂ ଗାଁକୁ ବିକାଶ କରିବା ରହିଛି ଏହି ଯୋଜନାର ଲକ୍ଷ୍ୟ ।

hiring

ଏହି ସମୟରେ ଆଜି ଆଉ ଦୁଇ ଜିଲ୍ଲାରେ ‘ଆମ ଓଡ଼ିଶା, ନବୀନ ଓଡ଼ିଶା’ ର ଶୁଭାରମ୍ଭ ହୋଇଛି । ଆଜି ଭୁବନେଶ୍ୱରରୁ ଆଭାସୀ ଯୋଗେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଚତୁର୍ଥ ଦିନରେ କଟକ ଓ କେନ୍ଦ୍ରାପଡା ଜିଲ୍ଲାରେ ଏହି ଯୋଜନାର ଶୁଭାରମ୍ଭ କରିଛନ୍ତି । ବିଭିନ୍ନ ପ୍ରକଳ୍ପ ପାଇଁ ପ୍ରତି ପଞ୍ଚାୟତକୁ ମିଳିବ ୫୦ ଲକ୍ଷ ଟଙ୍କା ।
ଏହି ଅବସରରେ ଉଦ୍‌ବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗାଁରେ ଡିଜିଟାଲ ଭିତ୍ତିଭୂମିର ବିକାଶ ଏହି ଯୋଜନାର ଅନ୍ୟତମ ଲକ୍ଷ୍ୟ । ଗାଁରେ ଇଣ୍ଟରନେଟ୍‌ ସଂଯୋଗ ମିଳିବ । ବିଜ୍ଞାନ ପାର୍କ ହେବ । ଦକ୍ଷତା ବିକାଶ କେନ୍ଦ୍ର ହେବ ।ୱାର୍କ୍ସ୍ ହବ୍‌ ହେବ । ବ୍ୟାଙ୍କିଙ୍ଗ୍‌ ସୁବିଧା ମିଳିବ। ଏହି କାର୍ଯ୍ୟକ୍ରମରେ ଗାଁର ପ୍ରାଥମିକ ବିଦ୍ୟାଳୟ ଗୁଡ଼ିକ ମଧ୍ୟ ସାମିଲ ହେବ। ଏହା ଆମର ଯୁବ ସମାଜ ପାଇଁ, ମା’ମାନଙ୍କ ପାଇଁ, ଚାଷୀ ଭାଇ ଭଉଣୀ ମାନଙ୍କ ପାଇଁ ଓ ଛାତ୍ରଛାତ୍ରୀ ମାନଙ୍କ ପାଇଁ ଅମାପ ସୁଯୋଗ ଆଣିବ ଏବଂ ଏକ ଆଧୁନିକ, ସଶକ୍ତ, ପ୍ରଗତିଶୀଳ ତଥା ସଂସ୍କୃତି ସଚେତନ ରାଜ୍ୟ ଭାବେ ଓଡିଶାର ପରିଚୟକୁ ଆହୁରି ଉଜ୍ଜଳ କରିବ ।

hiranchal ad1
Leave A Reply

Your email address will not be published.

seven − six =