ଗୁଡଭେଲା ବ୍ଲକରେ ଜିଲ୍ଲା ପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ

0 34

ବଲାଙ୍ଗିର,୧/୭: ନିର୍ବାଚନ ପରେ ଜୁଲାଇ ମାସ ପାଇଁ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁସାରେ ଆଜି ଗୁଡଭେଲା ବ୍ଲକ ମୁଖ୍ୟାଳୟରେ ଜିଲ୍ଲାପ୍ରଶାସନର ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀରେ ଜିଲ୍ଲାପାଳ ଗୌରୱ ଶିୱାଜୀ ଇସଲୱାର, ଆରକ୍ଷୀ ଅଧିକ୍ଷକ ଖିଲାରୀ ରିଷିକେଶ ଦ୍ୟାନଦେଓଙ୍କୁ ସମୁଦାୟ ୬୪ ଗୋଟି ଅଭିଯୋଗ ଦରଖାସ୍ତ ଦାଖଲ ହୋଇଥିଲା । ସେଥିମଧ୍ୟରୁ ୩୯ ଟି ବ୍ୟକ୍ତିଗତ ଅଭିଯୋଗ ଓ ଅବଶିଷ୍ଠ ୨୫ ଟି ସାମୁହିକ ଦରଖାସ୍ତ ଥିଲା । ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ଜନସାଧାରଣଙ୍କ ଏହି ସମସ୍ତ ଅଭିଯୋଗ ଓ ସମସ୍ୟା ଗୁଡିକର ଶୁଣାଣୀ କରିଥିଲେ । ୪୦ ଟି ମାମଲାର ଶୁଣାଣୀର ତୁରନ୍ତ ସମାଧାନ ହୋଇଥିବାବେଳେ ବାକିଥିବା ମାମଲା ଗୁଡିକୁ ସମ୍ପୃକ୍ତ ବିଭାଗର ଅଧିକାରୀଙ୍କୁ ଶୀଘ୍ର ସମାଧାନ କରିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଥିଲେ । ଏଥିରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠି କିମ୍ବା ରେଡକ୍ରସ ସହାୟତା ପାଇଁ କୌଣସି ଆବେଦନ ଆସିନଥିଲା । ଜିଲ୍ଲାପାଳ ତାଙ୍କ ଏହି ଗସ୍ତ ସମୟରେ ଗୁଡଭେଲା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ବୁଲି ଦେଖିଥିଲେ । ଉପସ୍ଥିତ ରୋଗୀ ଏବଂ ଡାକ୍ତରଙ୍କ ସହ ଆଲୋଚନା କରିବା ସହ ମେଡିସିନ, ବ୍ୟବହୃତ ଉପକରଣ ଆଦି ଦେଖିଥିଲେ । ଏହା ପରେ ସେ ତେଲ ନଦୀ ଉପରେ ନିର୍ମାଣ ଚାଲିଥିବା ପୋଲର ସମୀକ୍ଷା କରିଥିଲେ । ଦେଉଳଗୁଡି ଅମୃତ ସରୋବର, ସ୍ମାର୍ଟ ପାର୍କ, ତୁଷୁରା ଇଂଡୋର ଷ୍ଟାଡିଅମ ବୁଲି ଆନୁଷଙ୍ଗିକ ବ୍ୟବସ୍ଥା ଦେଖିଥିଲେ । ଏହି ଯୁଗ୍ମ ଜନ-ଅଭିଯୋଗ ଶୁଣାଣୀ କାର୍ଯକ୍ରମରେ ଡୁଡାର ପ୍ରକଳ୍ପ ନିର୍ଦ୍ଦେଶକ ପ୍ରଫୁଲ କୁଜୁର, ଜିଲ୍ଲା ପରିଷଦ ଅତିରିକ୍ତ ପ୍ରକଳ୍ପ ନିର୍ଦ୍ଦେଶକ ତରଣୀ ସୁନା , ବଲାଙ୍ଗିର ଉପଜିଲ୍ଲାପାଳ ଆଲୋକ କୁମାର ପ୍ରଧାନ, ଡେପୁଟି କଲେକ୍ଟର(ସାଧାରଣ ଓ ବିବିଧ)କର୍ଣ୍ଣ ମଲିକ , ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡାକ୍ତର ପ୍ରଦୀପ କୁମାର ଗୁରୁ, ଡିଏସଏସଓ ପ୍ରସନ୍ନଜିତ ହୋତା , ଜିଲ୍ଲା ଶିକ୍ଷାଧିକାରୀ ଧୃବ ଚରଣ ବେହେରା, ଜିଲ୍ଲା ମୁଖ୍ୟ ପ୍ରାଣୀ ଚିକିତ୍ସାଧିକାରୀ ସୁକାରାମ ମୁଣ୍ଡା, ଡିପିସି ମିଶନ ଶକ୍ତି ସୁମନ ଦ୍ୱିବେଦୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ଶ୍ରୀମତୀ ଲକ୍ଷ୍ମୀ ସିଂ, ଜିଲ୍ଲା ମଙ୍ଗଳ ଅଧିକାରୀ ଅଲେଖ ବିଶ୍ୱାଳ , ଜିଲ୍ଲା ପଂଚାୟତ ଅଧିକାରୀ ପ୍ରମୋଦ ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

two × four =