ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ମରଣାନ୍ତକ ଆକ୍ରମଣ:ଜଣେ ଗୁରୁତର

0 107

ବାଲିଗୁଡ଼ା,୨୮/୧୨: କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ଖମଣଖୋଲ ରତାପଡ଼ାରେ ଅଭାବନୀୟ ଘଟଣା । ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରତାପଡ଼ାର ଜଣେ ବ୍ୟକ୍ତି ଅନ୍ୟଜଣେ ବ୍ୟକ୍ତିଙ୍କୁ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ସୂଚନା ପ୍ରକାରେ ଆଜି ଅପରାହ୍ନରେ ରତାପଡ଼ାର ଭୁବନ ନାୟକ ନାମକ ଜଣେ ବ୍ୟକ୍ତି ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ସେହି ସାହିର ଦିଲ୍ଲିପ କୁମାର ନାୟକ ନାମକ ଜଣେ ବ୍ୟକ୍ତିଙ୍କୁ ଟାଙ୍ଗିଆରେ ମରଣାନ୍ତକ ଆକ୍ରମଣ କରିଥିବା ଜଣାପଡ଼ିଛି । ଭୁବନର ଟାଙ୍ଗିଆ ଚୋଟରେ ଦିଲ୍ଲିପ ଗୁରୁତର ଆହତ ହୋଇଥିଲେ । ପରିବାର ଲୋକେ ଦିଲ୍ଲିପକୁ ଗୁରୁତର ଅବସ୍ଥାରେ ବାଲିଗୁଡ଼ା ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରାଇଥିଲେ । ପ୍ରାଥମିକ ଚିକିତ୍ସା ପରେ ଡାକ୍ତର ଦିଲ୍ଲିପକୁ ଫୁଲବାଣୀ ଜିଲ୍ଲା ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଛନ୍ତି ।

hiranchal ad1
Leave A Reply

Your email address will not be published.

five + fourteen =