୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ ପାଇଁ ବ୍ୟାପକ ପ୍ରସ୍ତୁତି: ୧୪ଦିନ ପାଇଁ ଆମିଷ ଦ୍ରବ୍ୟ ବିକ୍ରି ଓ ସେବନ ବନ୍ଦ ପାଇଁ ନିଷ୍ପତି

0 85

ବାଲିଗୁଡା,୩୧/୩: କନ୍ଧମାଳ ଜିଲ୍ଲା ବାଲିଗୁଡାରେ ଏପ୍ରିଲ ୧ ତାରିଖଠାରୁ ୧୩ ତାରିଖ ପର୍ଯ୍ୟନ୍ତ ମା’ କାଳୀଙ୍କ ଦଣ୍ଡଯାତ୍ରା ଅନୁଷ୍ଠିତ ହେଉଅଛି । କରୋନା କଟକଣା ଯୋଗୁଁ ଗତ ଦୁଇ ବର୍ଷ ବନ୍ଦ ହୋଇ ରହିଥିଲା । ଏହି ପରିପ୍ରେକ୍ଷୀରେ ପୂର୍ବବର୍ଷ ଭଳି ଚଳିତବର୍ଷ ମଧ୍ୟ ବାଲିଗୁଡା ସହରରେ ସ୍ଥାନୀୟ ପଞ୍ଚୁଦଣ୍ଡ ପରିଚାଳନା ସମିତି ଆନୁକୂଲ୍ୟରେ ୩୫ ବର୍ଷ ପୂର୍ତ୍ତି ଅବସରରେ ୩୩ ତମ ବାର୍ଷିକ ଅଷ୍ଟଦଣ୍ଡ ମିଳନ ସମାରୋହ ଏପ୍ରିଲ ୧୦ ତାରିଖ ରବିବାର ଦିନ ଅନୁଷ୍ଠିତ ହେବ । ଏନେଇ ସମସ୍ତ ପ୍ରସ୍ତୁତି ଚୂଡାନ୍ତ ପହଁଚିଯାଇଛି । ଏଣୁ ସମଗ୍ର ବାଲିଗୁଡା ଅଞ୍ଚଳବାସୀଙ୍କୁ ସମିତି ତରଫରୁ ବିନମ୍ର ଅନୁରୋଧ ଯେ, ଏପ୍ରିଲ ୦୧ତାରିଖ ଠାରୁ ୧୪ ତାରିଖ ପର୍ଯ୍ୟନ୍ତ ସମଗ୍ର ସହରରେ ଅଣ୍ଡା, ମାଛ, ମାଂସ, ଶୁଖୁଆ ପ୍ରଭୃତି ଆମିଷ ଦ୍ରବ୍ୟ ଅନୁଷ୍ଠାନ ରେ ବିକ୍ରି ଓ ସେବନ ବନ୍ଦ କରି ସହଯୋଗ କରିବା ସହିତ ମା’ କାଳୀଙ୍କ ଆଶୀର୍ବାଦ ଲାଭ କରିବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି । ଅଷ୍ଟଦଣ୍ଡ ମିଳନର କାର୍ଯ୍ୟସୂଚୀ ପ୍ରକାରେ ୧୦ ତାରିଖ ରବିବାର ସକାଳ ୮ ଘଣ୍ଟା ସମୟରେ ମା’ ପାଟ୍ଟଖଣ୍ଡା ମନ୍ଦିରରେ ବରଣ କରାଯିବ । ଦିବା ଘ.୧୧.୩୦ମି ସମୟରେ ଟାଉନର ମୁଖ୍ୟ ରାସ୍ତାରେ ଧୂଳିଦଣ୍ଡ , ଅପରାହ୍ନ ଘ.୪.୩୦ମି.ରେ ବନ୍ଧପାଖରେ ପାଣିଦଣ୍ଡ ,ସନ୍ଧ୍ୟା ୦୫ ଘଟିକାରେ ସବୁଠାରୁ ବିଶେଷ ଆକର୍ଷଣ ବଜାର ଛକରେ ଅଷ୍ଟ ଦଣ୍ଡର ଏକ ମହା ମିଳନ ଆୟୋଜନ କରାଯିବ । ରାତ୍ର ୧୧ ଘଟିକାରେ ଝୁଣା ଦଣ୍ଡ ପଟୁଆର ସହ ୧୧ ତାରିଖ ସୋମବାର ଦିନ ସକାଳ ୮ ଘଟିକାରେ ଯାତ୍ରା ସମାପନ ହେବ । ଏଣୁ ସମସ୍ତ ଅଞ୍ଚଳବାସୀ ଏହି କାର୍ଯ୍ୟକ୍ରମରେ ବହୁ ସଂଖ୍ୟାରେ ଯୋଗଦେବା ପାଇଁ ସମିତି ତରଫରୁ ଅନୁରୋଧ କରାଯାଇଛି ।

hiranchal ad1
Leave A Reply

Your email address will not be published.

one × 2 =