ଜିଲ୍ଲା ସ୍ତରୀୟ ଓଡ଼ିଶା ଦିବସ ତଥା ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ-୨୦୨୪ ପାଳିତ

0 50

ବରଗଡ଼ : ପ୍ରତିବର୍ଷ ଭଳି ବରଗଡ଼ ଜିଲ୍ଲା ପ୍ରଶାସନ ତଥା ସୂଚନା ଓ ଲୋକ ସଂପର୍କ ବିଭାଗ ଆନୁକୂଲ୍ୟରେ ଜିଲ୍ଲା ସ୍ତରୀୟ “ଓଡ଼ିଶା ଦିବସ ତଥା ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ” ଆଦର୍ଶ ଆଚରଣ ବିଧି ଅନୁପାଳନ କରିବା ସହ ମହାଆଡମ୍ବର ସହକାରେ ପାଳିତ ହୋଇଛି । ଏହି ଅବସରରେ ଜିଲ୍ଲାପାଳ ଶ୍ରୀ ଆଦିତ୍ୟ ଗୋୟଲ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ମହେନ୍ଦ୍ର ମହାପାତ୍ର ଏବଂ ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ସୁଶାନ୍ତ କୁମାର ସିଂ,ବରଗଡ଼ ପୌରପାଳିକା କାର୍ଯ୍ୟ ନିର୍ବାହୀ ଅଧିକାରୀ ଶ୍ରୀ ହରପ୍ରସାଦ ଭୋଇଙ୍କ ସମେତ ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ପ୍ରହଲ୍ଲାଦ ଖୋସ୍ଲା ଉପସ୍ଥିତ ରହି ଗାନ୍ଧୀଛକ ସ୍ଥିତ ଜାତିର ପିତା ମହାତ୍ମା ଗାନ୍ଧୀ ଓ ସ୍ଵଭାଵ କବି ଗଙ୍ଗାଧର ମେହେର, ଘରୋଇ ବସଷ୍ଟାଣ୍ଡ ସ୍ଥିତ ପଶ୍ଚିମ ଓଡ଼ିଶାର ମଦର ଟେରେସା ତଥା ବହ୍ନି କନ୍ୟା ସ୍ୱର୍ଗତ ପାର୍ବତୀ ଗିରି ଏବଂ ବୀର ସୁରେନ୍ଦ୍ର ସାଏ ଛକ ସ୍ଥିତ ବୀର ସୁରେନ୍ଦ୍ର ସାଏଙ୍କ ସମେତ ଜିଲ୍ଲା ମୁଖ୍ୟାଳୟରେ ଥିବା ସମସ୍ତ ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିଥିଲେ ।ଏହାପରେ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଜିଲ୍ଲାର ସମସ୍ତ ବରିଷ୍ଠ ଅଧିକାରୀ, ଶିକ୍ଷାବିତ୍, ବୁଦ୍ଧିଜୀବୀଙ୍କୁ ସାମିଲ କରି ଓଡ଼ିଶା ଦିବସ ତଥା ଜିଲ୍ଲା ପ୍ରତିଷ୍ଠା ଦିବସ ପାଳନର ତାତ୍ପର୍ଯ୍ୟ ଏବଂ ବରପୁତ୍ରମାନଙ୍କର ଅବଦାନ ସ୍ମରଣ କରିବା ଉଦେଶ୍ୟରେ ଏକ ସାଧାରଣ ସଭା ଆୟୋଜନ କରାଯାଇଥିଲା । ସଭା ପ୍ରାରମ୍ଭରେ ଅତିଥିଙ୍କ ଦ୍ୱାରା ଓଡିଶାକୁ ଏକ ସ୍ୱତନ୍ତ୍ର ପ୍ରଦେଶ ଭାବେ ଗଠନ କରିବା ପାଇଁ ସଂଗ୍ରାମ କରିଥିବା ମହାମନିଷୀଙ୍କ ଫଟୋ ଚିତ୍ରରେ ମାଲ୍ୟାର୍ପଣ, ପ୍ରଦୀପ ପ୍ରଜ୍ୱଳନ କରିବା ସହିତ ସେମାନଙ୍କ ଅବଦାନକୁ ସ୍ମରଣ କରି କୃତଜ୍ଞତାର ଶ୍ରଦ୍ଧାଞ୍ଜଳି ଦେବାପରେ ସୂଚନା ଓ ଲୋକସମ୍ପର୍କ ବିଭାଗ ଦ୍ୱାରା ଅନୁମୋଦିତ ବନ୍ଦେ ଉତ୍କଳ ଜନନୀ ସଙ୍ଗୀତ ପରିବେଷଣ କରାଯାଇଥିଲା । ସ୍ଥାନୀୟ ପାର୍ବତୀ ଗିରି ମହିଳା ମହାବିଦ୍ୟାଳୟ ଅଧ୍ୟାପିକା ଡ଼ ସଙ୍ଘମିତ୍ରା ମିଶ୍ର ମୁଖ୍ୟବକ୍ତା ଭାବେ ଯୋଗ ଦେଇ ଦୀର୍ଘ ୮୮ ବର୍ଷ ତଳେ ସ୍ୱାଧୀନ ପୂର୍ବ ଭାରତ ବର୍ଷରେ ଭାଷା ଭିତ୍ତିକ ଏକ ରାଜ୍ୟ ଗଠନ ତଥା ଗୋଟିଏ ପଟେ ଦେଶର ସ୍ୱାଧୀନତା ଲାଗି ଲଢ଼େଇ ଓ ତାରି ଭିତରେ ନିଜର ସ୍ୱତନ୍ତ୍ର ପରିଚୟ ଏବଂ ମାତୃଭାଷା ସୁରକ୍ଷା ପାଇଁ ହୋଇଥିବା ବଡ଼ ସଂଗ୍ରାମରେ ଆମ ମହାନ ବରପୁତ୍ର ମାନେ କିଭଳି ସଂଘର୍ଷ କରି ଆମକୁ ଏହି ସ୍ୱତନ୍ତ୍ର ଉତ୍କଳ ପ୍ରଦେଶ ବା ଓଡିଶା ରାଜ୍ୟ ଉପହାର ଦେଇଥିଲେ ସେବିଷୟରେ ଆଲୋଚନା କରିଥିଲେ । ଜିଲ୍ଲା ସୂଚନା ଓ ଲୋକ ସଂପର୍କ ଅଧିକାରୀ ସଭାକୁ ପରିଚାଳନା କରିଥିବାବେଳେ ଜିଲ୍ଲା ସୂଚନା ଓ ଲୋକ ସଂପର୍କ କାର୍ଯ୍ୟାଳୟର ସମସ୍ତ କର୍ମକର୍ତ୍ତା ସହଯୋଗ କରିଥିଲେ Iଏକକାଳୀନ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ଭାରତୀୟ ନିର୍ବାଚନ କମିଶନଙ୍କ ଦ୍ୱାରା ଲାଗୁ କରାଯାଇଥିବା ଆଦର୍ଶ ଆଚରଣ ବିଧି ପାଳନ କରିବା ସହ ଓଡ଼ିଶା ଦିବସ ତଥା ବରଗଡ଼ ଜିଲ୍ଲା ପ୍ରତିଷ୍ଠା ଦିବସ ସଠିକ୍ ମର୍ଯ୍ୟାଦାର ସହ ପାଳନ କରାଯାଇଥିଲା । ଜିଲ୍ଲାର ସବୁ ସରକାରୀ କାର୍ଯ୍ୟାଳୟ ଓ ବେସରକାରୀ ଅନୁଷ୍ଠାନଗୁଡିକ ରଙ୍ଗାରଙ୍ଗ ଆଲୋକମାଳାରେ ସଜ୍ଜିତ ହୋଇଥିବା ବେଳେ ଅଞ୍ଚଳର ସମସ୍ତ ହସ୍ତତନ୍ତ ବୁଣାକାରଙ୍କୁ ସମ୍ମାନ ଜଣାଇ ସମସ୍ତେ ସମ୍ବଲପୁରୀ ପୋଷାକ ପରିଧାନ କରିଥିଲେ I

hiring

ବରଗଡ଼ ରୁ ସତ୍ୟଜିତ ଦାଶ ଙ୍କ ରିପୋର୍ଟ ହୀରାଞ୍ଚଳ ଲାଇଭ୍

hiranchal ad1
Leave A Reply

Your email address will not be published.

four + ten =