କୋଭିଡ ଯୋଦ୍ଧାଙ୍କ ବଳିଦାନକୁ ବ୍ୟର୍ଥ ହେବାକୁ ଦେବୁନାହିଁ – ମୁଖ୍ୟମନ୍ତ୍ରୀ

0 78

hiring

ଭୁବନେଶ୍ୱର,୫/୮- ଗତ ୫ମାସ ଧରି ଓଡିଶା କୋଭିଡ ବିରୁଦ୍ଧରେ ଲଢେଇ ଜାରି ରହିଛି । ଏହି ଲଢେଇର ଆଗଧାଡିରେ ରହିଥିବା କୋଭିଡ ଯୋଦ୍ଧା ମାନଙ୍କ ତ୍ୟାଗ ଓ ଉତ୍ସର୍ଗୀକୃତ ସେବା ଯୋଗୁଁ ଆଜି ରାଜ୍ୟର କୋଭିଡ ଆରୋଗ୍ୟଙ୍କ ସଂଖ୍ୟା ୨୫ ହଜାରରେ ପହଞ୍ଚିଛି । ଏହାକୁ କୋଭିଡ ଯୁଦ୍ଧର ଏକ ମହତ୍ୱପୂର୍ଣ୍ଣ ଘଟଣା ବୋଲି ବର୍ଣ୍ଣନା କରି ଏହାର ସବୁ ଶ୍ରେୟ କୋଭିଡ ଯୋଦ୍ଧା ଓ ଓଡିଶାବାସୀଙ୍କର ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ କହିଛନ୍ତି । ଜୀବନକୁ ବାଜି ଲଗାଇ ସେମାନେ ଯେପରି ସେବା କରିଚାଲିଛନ୍ତି, ମୁଖ୍ୟମନ୍ତ୍ରୀ ତାର ଉଚ୍ଚ଼ପ୍ରଶଂସା ମଧ୍ୟ କରିଛନ୍ତି ।
ଏହି ଲଢେଇରେ ୨୫ ଜଣ କୋଭିଡ ଯୋଦ୍ଧା ସେମାନଙ୍କ ଜୀବନ ବଳିଦାନ ଦେଇ ସେବା, ତ୍ୟାଗ ଓ ମାନବିକତାର ଅନନ୍ୟ ଉଦାହରଣ ସୃଷ୍ଟି କରିଛନ୍ତି । ସେହି ଯୋଦ୍ଧା ମାନଙ୍କର ଅମ୍ଲାନ ସ୍ମୃତି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ସାରା ରାଜ୍ୟ ଆଜି ସଂଧ୍ୟା ୬ଟାରେ ଏକ ମିନିଟ ନିରବ ପ୍ରାର୍ଥନା କରି ଗଭୀର ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛି । ଏହି ନିରବ ପ୍ରାର୍ଥନାରେ ସାରା ରାଜ୍ୟର ଜନସାଧାରଣ, ବିଭିନ୍ନ ଅଫିସ, ଅନୁଷ୍ଠାନର କର୍ମଚାରୀ ଭାଗ ନେଇ ଶହୀଦ କରୋନା ଯୋଦ୍ଧାଙ୍କ ପ୍ରତି ଜାତିର କୃତଜ୍ଞତା ଅର୍ପଣ କରିଛନ୍ତି ।
ନିଜ ପରିବାର ଓ ବ୍ୟକ୍ତିଗତ ସୁଖ ସୁବିଧାକୁ ପଛରେ ପକାଇ ଆମର କୋଭିଡ ଯୋଦ୍ଧାମାନେ ଉତ୍ସର୍ଗୀକୃତ ମନୋଭାବ, ତ୍ୟାଗ ଓ ନିଷ୍ଠାର ସହ ଯେପରି ସେବା କରିଚାଲିଛନ୍ତି, ତାକୁ ଉତ୍ସାହିତ କରିବା ଏବଂ ତାଙ୍କର ଏହି ମହତ୍‌ କାର୍ଯ୍ୟକୁ ଦୃଢ ସମର୍ଥନ ଦେବାପାଇଁ ଏହି ଅବସରରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ସହଯୋଗ, ସଚେତନତା ଓ କୋଭିଡ ଯୋଦ୍ଧାଙ୍କୁ ଉତ୍ସାହିତ କରିବାର ଶପଥ ପାଠ କରାଇଥିଲେ । ମୁଁ ଜିତିବି, ମୋ ଓଡିଶା ଜିତିବ ଓ ମାନବ ଜାତି ବି ଜିତିବ ଏହି ସଂକଳ୍ପ ନେଇ କରୋନା ବିରୁଦ୍ଧରେ ଲଢେଇକୁ ମଜବୁତ କରିବା ସହିତ କୋଭିଡ ନିୟମାବଳୀର ଅନୁପାଳନ ଓ କୋଭିଡ ଯୋଦ୍ଧାଙ୍କୁ ପୂର୍ଣ୍ଣସହଯୋଗ ଓ ସମ୍ମାନ ଜଣାଇବା ପାଇଁ ମଧ୍ୟ ସମସ୍ତେ ଶପଥ ନେଇଥିଲେ ।

hiranchal ad1
Leave A Reply

Your email address will not be published.

2 × four =