ଭୁବନେଶ୍ୱର,୧୩/୫- ଲକଡାଉନ୍ରେ ମର୍ଣ୍ଣିଂ ୱାକ୍ ଓ ସାଇକେଲିଂକୁ ସଂପୂର୍ଣ୍ଣ ମନା । ଲକ୍ ଡାଉନ୍ କଟକଣା ନେଇ ବରିଷ୍ଠ ପୋଲିସ ଅଧିକାରୀ ଏହି ସୂଚନା ଦେଇଛନ୍ତି । କେବଳ ମର୍ଣ୍ଣିଂ ୱାର୍କ ନୁହେଁ ବରଂ ଇଭିନିଂ ୱାକ୍, ସାଇକେଲିଂକୁ ସଂପୂର୍ଣ୍ଣ ବାରଣ କରାଯାଇଛି । ୱାକିଂ, ସାଇକେଲିଂ ନକରିବାକୁ ଲୋକଙ୍କୁ କହିଲେ ଟ୍ୱିନ୍ ସିଟି ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ । ଏହାସହ କିଛି ଲୋକ ଏସବୁ କରୁଥିବା ଦେଖାଯାଉଛି, ଏହାଦ୍ୱାରା ଗାଇଡଲାଇନ ଉଲ୍ଲଂଘନ ହେଉଥିବା ସେ କହିଛନ୍ତି । ଲକ୍ଡାଉନର ଉଦ୍ଦେଶ୍ୟ ରାସ୍ତା ଉପରକୁ ଆସି ଗହଳି ନକରିବା ବୋଲି ସିପି ସ୍ପଷ୍ଟ କରିଛନ୍ତି ।