ରାଜ୍ୟ ସରକାରୀ କର୍ମଚାରୀ ମାନଙ୍କ ପାଇଁ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି

0 170

ଭୁବନେଶ୍ୱର,୩୧/୧୨- ରାଜ୍ୟ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତାରେ ୩ ପ୍ରତିଶତ ବୃଦ୍ଧି ନେଇ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଏହା ଫଳରେ ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା ୨୮ ପ୍ରତିଶତରୁ ୩୧ ପ୍ରତିଶତକୁ ବୃଦ୍ଧି ପାଇଲା । ଏହା ୦୧.୦୭.୨୦୨୧ରୁ ପିଛିଲା ଭାବରେ ଲାଗୁ ହେବ । ସଂଶୋଧିତ ହାରରେ ପେନ୍‌ସନ ପାଉଥିବା ପେନ୍‌ସନଭୋଗୀ ମାନଙ୍କ ଟି.ଆଇରେ ମଧ୍ୟ ତିନି ପ୍ରତିଶତ ବୃଦ୍ଧି କରାଯାଇଛି । ଏହାଦ୍ୱାରା ରାଜ୍ୟର ସାଢେ ସାତ ଲକ୍ଷ ସରକାରୀ କର୍ମଚାରୀ ତଥା ପେନ୍‌ସନଭୋଗୀ ଉପକୃତ ହେବେ । ଏହାସହିତ ସପ୍ତମ ବେତନ କମିଶନ ବାବଦ ୩୦ ପ୍ରତିଶତ ବକେୟା ଅର୍ଥ ପ୍ରଦାନ କରିବା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି । ସୂଚନାଯୋଗ୍ୟ ଯେ କର୍ମଚାରୀମାନେ ସପ୍ତମ ବେତନ କମିସନ ଅନୁଯାୟୀ ଜାନୁଆରୀ ୨୦୧୬ରୁ ଅଗଷ୍ଟ ୨୦୧୭ ମଧ୍ୟରେ ବର୍ଦ୍ଧିତ ଦରମାର ୫୦ ପ୍ରତିଶତ ପାଇସାରିଛନ୍ତି । ଏହାଦ୍ୱାରା ରାଜ୍ୟର ୪ ଲକ୍ଷ ସରକାରୀ କର୍ମଚାରୀ ଉପକୃତ ହେବେ ।

hiranchal ad1
Leave A Reply

Your email address will not be published.

20 + one =