ବୁଲା ଗାଈଗୋରୁ ଓ କୁକୁରଙ୍କ ଖାଦ୍ୟ ପାଇଁ ମୁଖ୍ୟମନ୍ତ୍ରୀ ଙ୍କ ରିଲିଫ ପାଣ୍ଠିରୁ ଦ୍ୱିତୀୟ ପର୍ଯ୍ୟାୟରେ ୫୫ଲକ୍ଷ ଟଙ୍କା ସହାୟତା ମଞ୍ଜୁର

0 91

ଭୁବନେଶ୍ୱର,୨୩/୫- କୋଭିଡ଼ ମହାମାରୀ ନିୟନ୍ତ୍ରଣ ପାଇଁ ବର୍ତ୍ତମାନ ସାରାରାଜ୍ୟରେ ଲକ୍‌ଡାଉନ୍‌ ଜାରି ରହିଛି । ଏହି ପରିପ୍ରେକ୍ଷୀରେ ବୁଲା ଗାଈଗୋରୁ କୁକୁର ଆଦି ପ୍ରାଣୀମାନେ ଖାଦ୍ୟ ସମସ୍ୟାର ସମ୍ମୁଖୀନ ହେଉଛନ୍ତି । ଏହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ତାଙ୍କ ରିଲିଫ ପାଣ୍ଠିରୁ ୫ ମହାନଗର ନିଗମ ୪୮ ଟି ମ୍ୟୁନିସପାଲଟି ଓ ୬୧ଟି ଏନ୍‌ଏସିକୁ ୫୫ ଲକ୍ଷ ଟଙ୍କା ସହାୟତା ମଞ୍ଜୁର କରିଛନ୍ତି । ଏହି ଅର୍ଥରେ ସେମାନେ ବିଭିନ୍ନ ସ୍ୱେଚ୍ଛାସେବୀ ଅନୁଷ୍ଠାନ ମାନଙ୍କ ଜରିଆରେ ବୁଲା ପ୍ରାଣୀମାନଙ୍କୁ ଖାଦ୍ୟ ଯୋଗାଇ ଦେବେ । ନିର୍ଦ୍ଦେଶ ଅନୁଯାୟୀ ଭୁବନେଶ୍ୱର ମହାନଗର ନିଗମ ଏଥିପାଇଁ ଦୈନିକ କୋଡ଼ିଏ ହଜାର ଟଙ୍କା , କଟକ , ସମ୍ବଲପୁର, ରାଉରକେଲା, ଓ ବ୍ରହ୍ମପୁର ମହାନଗର ନିଗମ ଦୈନିକ ୧୦ ହଜାର ଟଙ୍କା , ମ୍ୟୁନିସପାଲଟି ମାନେ ଦୈନିକ ୫ ହଜାର ଟଙ୍କା ଓ ଏନଏସି ମାନେ ଦୈନିକ ୨ ହଜାର ଟଙ୍କା ଖର୍ଚ୍ଚ କରିପାରିବେ । ସୂଚନାଯୋଗ୍ୟ ଯେ ଗତ ୯ ତାରିଖ ଦିନ ଏହି ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଷାଠିଏ ଲକ୍ଷ ଟଙ୍କା ମଞ୍ଜୁର କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

one + 18 =