ମୁଖ୍ୟମନ୍ତ୍ରୀଙ୍କ ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା, ରଥଯାତ୍ରା ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ

0 76

ଭୁବନେଶ୍ୱର,୮/୭- ଚଳିତବର୍ଷ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ପ୍ରସିଦ୍ଧ ରଥଯାତ୍ରାର ସୁପରିଚାଳନା ପାଇଁ ରାଜ୍ୟ ସରକାରଙ୍କ ପ୍ରସ୍ତୁତି ଚୁଡାନ୍ତ ପର୍ଯ୍ୟାୟରେ ପହଞ୍ଚିଛି । ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଆଜି ଅନୁଷ୍ଠିତ ରଥଯାତ୍ରା ପ୍ରସ୍ତୁତି ବୈଠକରୁ ଏହା ଜଣାଯାଇଛି । ଗତବର୍ଷ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ଅନୁଷ୍ଠିତ ହୋଇଥିବାରୁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଧନ୍ୟବାଦ ଦେଇ ଏବର୍ଷ ମଧ୍ୟ ଯେପରି ରଥଯାତ୍ରା ସୁଚାରୁ ରୂପେ ପାଳିତ ହେବ ଏବଂ ଭକ୍ତ ମାନେ ଘରେ ରହି ମହାପ୍ରଭୁଙ୍କ ଘୋଷଯାତ୍ରା ଦେଖିବେ ସେଥିପାଇଁ ମୁଖ୍ୟମନ୍ତ୍ରୀ ପୁରୀ ସହରବାସୀ, ସେବାୟତ ମାନଙ୍କର ସହଯୋଗ କାମନା କରିଥିଲେ । ବୈଠକରେ ମୁଖ୍ୟମନ୍ତ୍ରୀ ଶ୍ରୀ ପଟ୍ଟନାୟକ କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ଏକ ଅସାଧାରଣ ପରିସ୍ଥିତିରେ ହେବାକୁ ଯାଉଛି । ସାରା ବିଶ୍ୱ ଟେଲିଭିଜନ ଓ ସୋସିଆଲ ମିଡିଆ ମାଧ୍ୟମରେ ହିଁ କାଳିଆ ଠାକୁରଙ୍କୁ ଦର୍ଶନ କରିବେ । ତେଣୁ ମହାପ୍ରଭୁଙ୍କ ନୀତି ଠିକ ସମୟରେ ଶେଷ ହେବା ଦରକାର । ତା ସହିତ କୋଭିଡ ନିୟମକୁ ମଧ୍ୟ ଯାତ୍ରା ସମୟରେ ଠିକ ଭାବରେ ପାଳନ କରାଯିବା ଜରୁରୀ ।
କୋଭିଡ ମହାମାରୀ ସମ୍ପର୍କରେ ସଚେତନ କରାଇ ମୁଖ୍ୟମନ୍ତ୍ରୀ କହିଲେ ଯେ କୋଭିଡର ଦ୍ୱିତୀୟ ଲହର କମି ଆସୁଥିଲେ ମଧ୍ୟ ବିପଦ ଏ ପର୍ଯ୍ୟନ୍ତ ଦୂର ହୋଇନାହିଁ । ଚଳିତ ବର୍ଷ ରଥଯାତ୍ରା ଯେପରି ସୁରୁଖୁରୁରେ ଶେଷ ହେବ ସେଥିପାଇଁ ମୁଖ୍ୟମନ୍ତ୍ରୀ ମହାପ୍ରଭୁଙ୍କ ଆଶୀର୍ବାଦ କାମନା କରିଥିଲେ । ବୈଠକରେ ଯୋଗ ଦେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ନବ ଦାସ ରଥଯାତ୍ରା ସମୟରେ ସ୍ୱାସ୍ଥ୍ୟ ସେବା ଉପରେ ଗୁରତ୍ୱ ଦିଆଯାଇ ସ୍ୱତନ୍ତ୍ର ବ୍ୟବସ୍ଥା କରାଯାଇଛି ବୋଲି କହିଥିଲେ । ସେବାୟତ ଓ ସମସ୍ତ ସମ୍ପୃକ୍ତ ଅଧିକାରୀ ମାନଙ୍କ ପାଇଁ କୋଭିଡ ଟେଷ୍ଟ, ଟୀକାକରଣ ବ୍ୟବସ୍ତା ସହିତ ଫାଷ୍ଟ ଏଡ କେନ୍ଦ୍ର, ଆମ୍ବୁଲାନ୍ସ , ପୁରୀ ମୁଖ୍ୟ ଚିକିତ୍ସାଳୟରେ ସମସ୍ତ ଜରୁରୀକାଳୀନ ଆବଶ୍ୟକତା ପାଇଁ ବ୍ୟବସ୍ଥା କରାଯାଇଛି ବୋଲି ମନ୍ତ୍ରୀ ଶ୍ରୀ ଦାସ କହିଥିଲେ । ଆଇନ ମନ୍ତ୍ରୀ ଶ୍ରୀ ପ୍ରତାପ ଜେନା କହିଥିଲେ ଯେ ଗତବର୍ଷ ପରି ଏ ବର୍ଷ ମଧ୍ୟ ରଥଯାତ୍ରା ସୁରୁଖୁର ରେ ଶେଷ ହେବ ବୋଲି ଆଶା ପ୍ରକାଶ କରିଥିଲେ । ଏ ବର୍ଷ ମଧ୍ୟ ସମସ୍ତଙ୍କ ସହଯୋଗରେ ରଥଯାତ୍ରା ସୁରୁଖୁରୁରେ ପାଳିତ ହେବ ବୋଲି ଆଶା ପ୍ରକାଶ କରିଥିଲେ ।

hiring

ବୈଠକରେ ପୋଲିସ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ସୁରକ୍ଷା ବନ୍ଦୋବସ୍ତ କରାଯାଇଛି ବୋଲି ପୋଲିସ ମହାନିର୍ଦ୍ଦେଶକ ଶ୍ରୀ ଅଭୟ ଜଣାଇ ଥିଲେ । କାର୍ଯ୍ୟକ୍ରମରେ ସ୍ୱାଗତ ଭାଷଣ ଦେଇ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଥଯାତ୍ରା ପାଇଁ କରାଯାଇଥିବା ସମସ୍ତ ବ୍ୟବସ୍ଥା ସମ୍ପର୍କରେ ସୂଚନା ଦେଇଥିଲେ । ପୁରୀ ଜିଲ୍ଲାପାଳ ଧନ୍ୟବାଦ ଅର୍ପଣ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫ଟି) ଶ୍ରୀ ଭି.କେ. ପାଣ୍ଡିଆନ ଆଲୋଚନା ପରିଚାଳନା କରିଥିଲେ । କାର୍ଯ୍ୟକ୍ରମରେ ମୁଖ୍ୟ ଶାସନ ସଚିବ ଶ୍ରୀ ସୁରେଶ ମହାପାତ୍ର , ଉନ୍ନୟନ କମିଶନର ଶ୍ରୀ ପି କେ ଜେନା ଏବଂ ବିଭିନ୍ନ ବିଭାଗର ପ୍ରମୁଖ ସଚିବ ଓ ସଚିବ ମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

2 − 2 =