ରାସନ କାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା

0 286

ଭୁବନେଶ୍ୱର: ରାସନ କାର୍ଡଧାରୀଙ୍କ ପାଇଁ ରାଜ୍ୟ ସରକାରଙ୍କ ବଡ଼ ଘୋଷଣା । ପଞ୍ଚାୟତ ନିର୍ବାଚନ ପୂର୍ବରୁ କୋଭିଡ଼ ସହାୟତା ପ୍ରଦାନ କରିବାକୁ ଯାଉଛନ୍ତି ସରକାର । ପ୍ରତ୍ୟେକ ରାସନକାର୍ଡଧାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ସିଧାସଳଖ ଯିବ ହଜାରେ ଟଙ୍କା । କାଳିଆ ଟଙ୍କା ଭଳି ଏହି ସହାୟତା ସିଧାସଳଖ ହିତାଧିକାରୀଙ୍କ ଆକାଂଉଟକୁ ଯିବ । କରୋନା ମହାମାରୀ ସମୟରେ ଲୋକଙ୍କ ଜୀବନ ଜୀବିକା ପ୍ରଭାବିତ ହୋଇଥିବାରୁ ହଜାରେ ଟଙ୍କା ଲେଖାଏଁ ଆର୍ଥିକ ସହାୟତା ପ୍ରଦାନ କରାଯିବ । ଏଥିପାଇଁ ରାଜ୍ୟ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି କରାଯାଇଛି । ୩୦ ଜିଲ୍ଲାର ୩କୋଟି ୫୦ ଲକ୍ଷ କାର୍ଡଧାରୀଙ୍କୁ ମିଳିବ ଏହି ସୁବିଧା । ଉପକୃତ ହେବେ ରାଜ୍ୟର ୯୩ ପ୍ରତିଶତ ପରିବାର । ଏଥିପାଇଁ ୩୫୦ କୋଟି ଟଙ୍କା ବ୍ୟୟ ବରାଦ ହୋଇଛି ।

hiranchal ad1
Leave A Reply

Your email address will not be published.

19 − two =