ବୌଦ୍ଧ: ଆଜି ଜିଲ୍ଲାରେ ଦୁଇ କରୋନା ଆକ୍ରାନ୍ତ ଚିହ୍ନଟ

0 663

ବୌଦ୍ଧ,୨୬/୧୧- ଆଜି ବୌଦ୍ଧଜିଲ୍ଲାରେ ଦୁଇ ଜଣ ମାତ୍ର କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ମିଳିଛି । ଆଜି ଚିହ୍ନଟ ଜଣଙ୍କୁ ମିଶାଇ ମୋଟ ପଜିଟିଭ ସଂଖ୍ୟା ୨୭୩୧ ରେ ପହଞ୍ଚିଛି । ସେମାନଙ୍କ ମଧ୍ୟରୁ ୨୬୮୭ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୩୩ ଜଣ ଚିକିତ୍ସାଧୀନ ରହିଛନ୍ତି । ଜିଲ୍ଲାରେ ମୋଟ ୧୧ ଜଣଙ୍କ ମୃତ୍ୟୁ ହୋଇ ସାରିଥିବା ବେଳେ ସୁସ୍ଥଙ୍କ ମଧ୍ୟରୁ ୧୫ ଜଣ ପ୍ଲାଜମା ଦାନ କରିଛନ୍ତି ବୋଲି ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ବିରଞ୍ଚି ଧରୁଆ ସୂଚନା ଦେଇଛନ୍ତି । ସିଡିଏମଓ ଡାକ୍ତର ତ୍ରିଲୋଚନ ପ୍ରଧାନଙ୍କ ସୂତ୍ରରୁ ମିଳିଥିବା ସୂଚନା ଅନୁଯାୟୀ ଆଜି ଯେଉଁ ଦୁଇ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରେ ବୌଦ୍ଧ ସହରାଞ୍ଚଳ ମଧ୍ୟରୁ ୧ ଜଣ ଓ ବୌଦ୍ଧ ଜିଲ୍ଲା ସୀମାନ୍ତ ବଦଲା ଗ୍ରାମରୁ ୧ ଜଣ ବୋଲି ଜଣାପଡିଛି ।

hiranchal ad1
Leave A Reply

Your email address will not be published.

3 × 1 =