କଣ୍ଟାମାଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

0 49

ବୌଦ୍ଧ,୨୧/୮:- ବୌଦ୍ଧଜିଲ୍ଲା କଣ୍ଟାମାଳ ବ୍ଲକ ସମ୍ମିଳନୀ କକ୍ଷରେ ବୌଦ୍ଧ ଜିଲ୍ଲାପାଳ ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଜିଲ୍ଲାପାଳ ନୃସିଂହ ଚରଣ ସ୍ୱାଇଁ, ଉପଜିଲ୍ଲାପାଳ ରବୀନ୍ଦ୍ର ନାଥ କହଁର, ଅତିରିକ୍ତ ଆରକ୍ଷୀ ଅଧିକ୍ଷକ ଏମ୍‌ ମିଞ୍ଜ, ଜିଲ୍ଲାପରିଷଦ ନିର୍ବାହୀ ଅଧିକାରୀ ରବିନାରାୟଣ ତ୍ରିପାଠୀ, ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ବେହେରା , କଣ୍ଟାମାଳ ବିଡ଼ିଓ କଳାକୃଷ୍ଣ ପ୍ରଧାନ, ତହସିଲଦାର କର୍ଣ୍ଣ ମଲ୍ଲିକ ଜିଲ୍ଲା ସାମାଜିକ ସୁରକ୍ଷା ଅଧିକାରୀ ସୁଧାଂଶୁ ଶେଖର ପୁଜାହାରୀ, ଜିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ, ଜିଲ୍ଲା ସୂଚନା ଓ ଲୋକସଂପର୍କ ଅଧିକାରୀ ରିତାକାନ୍ତି ବଳିଆରସିଂ, ଜିଲ୍ଲା ଯୋଗାଣ ଅଧିକାରୀଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ଅଧିକାରୀମାନେ ଯୋଗଦାନ କରି ଜନସାଧାରଣଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଶୁଣିଥିଲେ । ଏହି ଶିବିରରେ ସମୁଦାୟ ୧୦୭ଟି ମାମଲା ପଞ୍ଜିକୃତ ହୋଇଥିବା ବେଳେ ୯୧ଟି ବ୍ୟକ୍ତିଗତ ଓ ୧୬ଟି ମାମଲା ସାମୁହିକ ମାମଲା ଥିଲା । ୪୯ଟି ଦରଖାସ୍ତର ତୁରନ୍ତ ସମାଧାନ କରାଯାଇଥିଲା । ୯ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୬୨ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା ।

hiranchal ad1
Leave A Reply

Your email address will not be published.

seven − four =