ଅଇଁଳାପାଲି ଠାରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର,୯୬ ଟି ଅଭିଯୋଗର ତତ୍‌କାଳ ସମାଧାନ

0 27

ବୌଦ୍ଧ,୨୫/୯:- ବୌଦ୍ଧ ଜିଲା ସଦର ବ୍ଲକ ଅନ୍ତର୍ଗତ ଅଇଁଳାପାଲି ପଂଚାୟତ କାର୍ଯ୍ୟାଳୟ ଠାରେ ଅତିରିକ୍ତ ଜିଲ୍ଲାପାଳ ଦାରିଦ୍ର୍ୟ ଭଞ୍ଜନ ମଦନ ମୋହନ ପାତ୍ରଙ୍କ ଉପସ୍ଥିତିରେ ଏହି ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଶିବିରରେ ସମୁଦାୟ ୧୪୦ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୧୩୦ ଗୋଟି ବ୍ୟକ୍ତିଗତ ମାମଲା ଓ ୧୦ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଏହି ଶିବିରରେ ୯୬ ଗୋଟି ଅଭିଯୋଗର ତତ୍‌କାଳ ସମାଧାନ କରାଯାଇଥିଲା । ଶିବିରରେ ମୁଖ୍ୟମନ୍ତ୍ରୀ ରିଲିଫ ପାଣ୍ଠିରୁ ୭ ଜଣଙ୍କୁ ୪୦ ହଜାର ଟଙ୍କା ଲେଖାଏଁ ସହାୟତା ଯୋଗାଇ ଦିଆଯାଇଛି । ଶିବିରରେ ଆରକ୍ଷୀ ଅଧିକ୍ଷକ ରାଜପ୍ରସାଦ, ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁର, ବିଡିଓ, ତହସିଲଦାରଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

2 × 5 =