ବାମଣ୍ଡା ପଞ୍ଚାୟତରେ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର

0 60

ବୌଦ୍ଧ,୩୦/୧:- ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ଅନ୍ତର୍ଗତ ବାମଣ୍ଡା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟଠାରେ ଜିଲ୍ଲାପ୍ରଶାସନ ଓ ପୋଲିସର ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ମହାତ୍ମାଗାନ୍ଧୀଙ୍କ ତିରୋଧାନ ଦିବସକୁ ସାରା ଦେଶରେ ସହିଦ ଦିବସ ଭାବରେ ପାଳନ କରାଯାଉଥିବାବେଳେ ଜନଶୁଣାଣି ଶିବିର ଅବସରରେ ଅମର ସହିଦଙ୍କ ସ୍ମୃତି ଉଦ୍ଦେଶ୍ୟରେ ଦୁଇମିନିଟ ନିରବ ପ୍ରାର୍ଥନା କରାଯାଇଥିଲା । ଏଥିସହିତ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ସ୍ମୃତି ଉଦ୍ଦେଶ୍ୟରେ ମଧ୍ୟ ଦୁଇମିନିଟ ନିରବ ପ୍ରାର୍ଥନା କରାଯାଇ ତାଙ୍କର ଅମର ଆତ୍ମାର ସଦଗତି କାମନା କରାଯାଇଥିଲା । ଜନ ଶୁଣାଣି ଶିବିରରେ ଅତିରିକ୍ତ ଜିଲ୍ଲାପାଳ ବବିତାରାଣୀ ଦଳବେହେରା ଓ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ପହଲ୍ଲାଦ ସହାଇ ମିନା ଯୋଗଦେଇ ଲୋକମାନଙ୍କର ସମସ୍ୟା ଶୁଣିବା ସହିତ ସେଗୁଡିକର ସମାଧାନ ପାଇଁ ପଦକ୍ଷେପ ଗ୍ରହଣ କରିଥିଲେ । ଏହି ଶିବିରରେ ସମୁଦାୟ ୧୩୭ ଗୋଟି ଆପତ୍ତି ଅଭିଯୋଗ ଆସିଥିବାବେଳେ ସେଥିମଧ୍ୟରୁ ୧୩୨ ଗୋଟି ବ୍ୟକ୍ତିଗତ ମାମଲା ଓ ୫ ଗୋଟି ବିଭିନ୍ନ ଗ୍ରାମର ସାମୁହିକ ମାମଲା ରହିଥିଲା । ଏହି ଶିବିରରେ ୧୧୧ ଗୋଟି ଅଭିଯୋଗର ତକ୍ରାଳ ସମାଧାନ କରାଯାଇଥିଲା । ଏହି ଶିବିରରେ ଉପଜିଲ୍ଲାପାଳ ରବିନ୍ଦ୍ର ନାଥ କହଁର, ଗୋଷ୍ଠୀ ଉନ୍ନୟନ ଅଧିକାରୀ ହରଭଙ୍ଗା ବିଜୟ କୁମାର ପ୍ରଧାନ, ସହକାରୀ ଜିଲ୍ଲାପାଳ ଚନ୍ଦ୍ରକାନ୍ତ ନାୟକଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ । ସ୍ଥାନୀୟ ସରପଞ୍ଚ ଇନ୍ଦୁମତି ଝାଙ୍କର, ନିର୍ବାହୀ ଅଧିକାରୀ ପୁରନ୍ଦର ଠେଲା ଏହି ଶିବିର ପରିଚାଳନାରେ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

two + 10 =