ବୌଦ୍ଧ ନବୋଦୟ ବିଦ୍ୟାଳୟରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ

0 72

ବୌଦ୍ଧ,୨୮/୨- ଜାତୀୟ ବିଜ୍ଞାନ ଦିବସ ଅବସରରେ ବୌଦ୍ଧ ଜବାହର ନବୋଦୟ ବିଦ୍ୟାଳୟ ପରିସରରେ ବିଜ୍ଞାନ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି । ଏହି ପ୍ରଦର୍ଶନୀରେ ଛାତ୍ରଛାତ୍ରୀଙ୍କ ଦ୍ୱାରା ବୈଷୟିକ ତଥା ବିଭିନ୍ନ ଜ୍ଞାନ କୌଶଳରେ ୪୦ ରୁ ଉର୍ଦ୍ଧ୍ୱ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଉପ-ନିର୍ଦ୍ଦେଶକ, ଏନ. ଏଚ. ଆର. ଡି. ଏଫ. ଡ଼କ୍ଟର ରାଜନୀଶ ମିଶ୍ର ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଅବସରରେ ଅନ୍ୟତମ ଅତିଥି ଭାବେ ଜ଼ିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ରୀତାକାନ୍ତି ବଳିୟାର ସିଂହ ଏବଂ ଜ଼ିଲ୍ଲା ଶିଶୁ ସୁରକ୍ଷା ଅଧିକାରୀ ରାହୁଲ ପ୍ରଧାନ ଯୋଗଦେଇ ଛାତ୍ରଛାତ୍ରୀଙ୍କୁ ଉତ୍ସାହିତ କରିଥିଲେ ।

hiring

ଅଧ୍ୟକ୍ଷ, ଜେ. ଏନ. ଭି. ଜୋଲି ଟମିଙ୍କ ପ୍ରତ୍ୟକ୍ଷ ତତ୍ୱାବଧାନରେ ଏହି ପ୍ରଦର୍ଶନୀ ଅତି ଶୃଙ୍ଖଳିତ ଭାବେ ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ସମସ୍ତ ଅଭିଭାବକ, ଛାତ୍ରଛାତ୍ରୀ, ଶିକ୍ଷକ, ଶିକ୍ଷୟିତ୍ରୀ, ବିଦ୍ୟାଳୟର କର୍ମଚାରୀ ସହଯୋଗ କରିଥିଲେ ।

hiranchal ad1
Leave A Reply

Your email address will not be published.

two × four =