ବୌଦ୍ଧ ଜିଲ୍ଲାରେ ନୂତନ ସ୍ୱାସ୍ଥ୍ୟ ସ୍ମାର୍ଟ କାର୍ଡ ବିତରଣର ଶୁଭାରମ୍ଭ, ୨୦କୋଟି ଟଙ୍କାର ପ୍ରକଳ୍ପ ଉଦଘାଟନ ଓ ୪୬୩ କୋଟି ଟଙ୍କାର ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ

0 423

ବୌଦ୍ଧ,୨୫/୧୧- ଆଜି ବୌଦ୍ଧଜିଲ୍ଲା ଷ୍ଟାଡିୟମଠାରେ ଅପରାହ୍ନ ୫ଟାରେ ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକଙ୍କ ଦ୍ୱାରା ଆଭାସି ଜରିଆରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ହିତାଧିକାରୀମାନଙ୍କୁ ନୂଆ ସ୍ମାର୍ଟକାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି । ବୌଦ୍ଧଜିଲ୍ଲାର ୩ ଲକ୍ଷ ୭୨ହଜାର ଲୋକ ସ୍ମାର୍ଟ କାର୍ଡ ପାଇବେ । ଏହାସହିତ ରାଜ୍ୟର ୧୯ଟି ଜିଲ୍ଲାର ଜନସାଧାରଣ ଏହି କାର୍ଯ୍ୟକ୍ରମରେ ସାମିଲ ହେଲେ । ଜନସାଧାରଣଙ୍କୁ ଉଦ୍‌ବୋଧନ ଦେଇ ବୌଦ୍ଧ ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ସ୍ମାର୍ଟ ହେଲ୍‌ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଥିଲେ । ଜିଲ୍ଲା ପାଇଁ ୪୮୩ କୋଟି ଟଙ୍କାର ପ୍ରକଳ୍ପର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ବୌଦ୍ଧ ଜିଲ୍ଲାର ପ୍ରାକୃତିକ ପରିବେଶର ବହୁତ ପ୍ରଶଂସା କରିଥିଲେ । ବୌଦ୍ଧରେ ପର୍ଯ୍ୟଟନର ବିକାଶ ପାଇଁ ଥିବା ବିପୁଳ ସୁଯୋଗକୁ ଉପଯୋଗ କରାଯିବ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ୨୦ କୋଟି ଟଙ୍କାରେ ନନ୍ଦନ ବନ ସଫାରୀ କରାଯିବ, ଯାହାଦ୍ୱାରା ଇକୋ-ଟୁରିଜିମ୍‌ର ବିକାଶ ସହିତ ଜିଲ୍ଲାର ୪୦୦ ପରିବାରକୁ ରୋଜଗାର ମିଳିବ । ସେହିପରି ୪ କୋଟି ଟଙ୍କାରେ ୩୭ଟି ପର୍ଯ୍ୟଟନ ସ୍ଥଳୀର ବିକାଶ କରାଯିବ ବୋଲି ସେ କହିଥିଲେ ।ଦୁଗ୍‌ଧ ଉତ୍ପାଦନରେ ବୌଦ୍ଧ ଜିଲ୍ଲାର ସଫଳତାକୁ ପ୍ରଶଂସା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଆଗାମୀ ଏକ ବର୍ଷରେ ୨୦ ହଜାର ଲିଟର କ୍ଷମତା ବିଶିଷ୍ଟ ଏକ ଦୁଗ୍‌ଧ ଶୀତଳୀକରଣ ପ୍ଲାଣ୍ଟ ନିର୍ମାଣ କରାଯିବ ।

hiring

ଏହାଦ୍ୱାରା ୧୦ ହଜାର ଚାଷୀ ଏଥିରେ ରୋଜଗାର ପାଇପାରିବେ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଲେ ଯେ ସ୍ମାର୍ଟ ହେଲ୍‌ଥ କାର୍ଡ ଦ୍ୱାରା ଆମର ଗରିବ ଲୋକମାନଙ୍କ ଚିନ୍ତା ଦୂର ହୋଇଛି । କାର୍ଡ ଖଣ୍ଡିଏ ଧରି ସେମାନେ ପୁରା ପରିବାର ପାଇଁ ସବୁଠାରୁ ଭଲ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏହା ବାସ୍ତବରେ ସେମାନଙ୍କୁ ସଶକ୍ତ କରିଛି । ଏଥିରେ ରାଜ୍ୟର ୯୬ ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ । ସ୍ୱାସ୍ଥ୍ୟ ସେବା ପାଇଁ ଅନେକ ସମସ୍ୟାରୁ, ବିଶେଷକରି ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ ବଡ ହସ୍‌ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ବୋଲି ସେ କହିଥିଲେ । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିକ୍‌ସା ବାଲା – ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ ବୋଲି ସେ କହିଥିଲେ ।

ଆମ ପାଇଁ ପ୍ରତ୍ୟେକ ଜୀବନ ମୂଲ୍ୟବାନ ବୋଲି ମତବ୍ୟକ୍ତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଓଡିଶା ହେଉଛି ଏକମାତ୍ର ରାଜ୍ୟ ଯେଉଁଠାରେ କରୋନା ସମୟରେ ସବୁ ରୋଗୀଙ୍କ ପାଇଁ ଟେଷ୍ଟିଂ ଠାରୁ ଆରମ୍ଭ କରି ଟ୍ରିଟ୍‌ମେଣ୍ଟ ପର୍ଯ୍ୟନ୍ତ ସବୁ ଖର୍ଚ୍ଚ ରାଜ୍ୟ ସରକାର ବହନ କରୁଛନ୍ତି । ଆଜିର ଏହି କାର୍ଯ୍ୟକ୍ରମରେ ଅତିଥିଭାବେ କନ୍ଧମାଳ ସାଂସଦ ଡ. ଅଚ୍ୟୁତ ସାମନ୍ତ, ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ, ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା, ବୌଦ୍ଧ ବିଧାୟକ ପ୍ରଦୀପ କୁମାର ଅମାତ ଏବଂ କଣ୍ଟାମାଳ ବିଧାୟକ ମହୀଧର ରଣା ଉପସ୍ଥିତ ଥିଲେ । ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନା ସ୍ମାର୍ଟ କାର୍ଡ କାର୍ଯ୍ୟକ୍ରମ ଦ୍ୱାରା ଆଜି ରାଜ୍ୟର ଗରିବ ଜନସାଧାରଣ ଟଙ୍କା ଚିନ୍ତାରୁ ମୁକ୍ତ ହୋଇ ଶାନ୍ତିରେ ନିଜ ପରିବାରର ବିକାଶ ପାଇଁ କାମ କରିବାର ସୁଯୋଗ ପାଇଛନ୍ତି । ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଆଜି ଓଡିଶାକୁ ସାରା ଦେଶରେ ଏକ ଆଦର୍ଶ ରାଜ୍ୟ ଭାବରେ ପରିଣତ କରିଛି ବୋଲି ସେମାନେ ମତବ୍ୟକ୍ତ କରିଥିଲେ ।

hiranchal ad1
Leave A Reply

Your email address will not be published.

5 + 2 =