ରଥଯାତ୍ରା ପ୍ରସ୍ତୁତି ସମୀକ୍ଷା ବୈଠକ

0 54

ବୌଦ୍ଧ,୨୬/୬:- ବୌଦ୍ଧ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଠାରେ ଥିବା ଉପ ଜିଲ୍ଲାପାଳଙ୍କ ପ୍ରକୋଷ୍ଠରେ ଆଜି ବୌଦ୍ଧ ବିରାଜିତ ଶ୍ରୀ ଜଗନ୍ନାଥ ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ଚାଲିଥିବା ପ୍ରସ୍ତୁତିର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ଅତିରିକ୍ତ ଜିଲ୍ଲାପାଳ ଦିଲ୍ଲୀପ କୁମାର ମହାପାତ୍ର, ଜିଲ୍ଲା ପରିଷଦ ମୁଖ୍ୟ ଉନ୍ନୟନ ଅଧିକାରୀ ଅନିରୁଦ୍ଧ ପ୍ରଧାନ ମଧ୍ୟ ଉପସ୍ଥିତ ଥିଲେ । ପୂର୍ବରୁ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ପ୍ରଥମ ପ୍ରସ୍ତୁତି ବୈଠକରେ ଗ୍ରହଣ କରାଯାଇଥିବା ନିଷ୍ପତ୍ତି ଗୁଡିକ ଉପରେ ଆଜିପର୍ଯ୍ୟନ୍ତ ବିଭିନ୍ନ ବିଭାଗୀୟ ଅଧିକାରୀମାନେ କେତେ ଅଗ୍ରଗତି କରିଛନ୍ତି ସେ ସମ୍ପର୍କରେ ଦେବୋତ୍ତର କାର୍ଯ୍ୟନିର୍ବାହୀ ଅଧିକାରୀ ତଥା ଉପ ଜିଲ୍ଲାପାଳ ପ୍ରଭାସ ଚନ୍ଦ୍ର ଦଣ୍ଡସେନା ସମୀକ୍ଷା କରିଥିଲେ । ଉକ୍ତ ବୈଠକରେ ଜନସ୍ୱାସ୍ଥ୍ୟ ବିଭାଗ, ବିଦ୍ୟୁତ ବିଭାଗ, ବୌଦ୍ଧଗଡ଼ ଏନ୍‌ଏସି, ପୋଲିସ, ଅଗ୍ନିଶମ ବାହିନୀ ଓ ପୂର୍ତ୍ତର୍ ବିଭାଗର ଅଧିକାରୀମାନେ ଉପସ୍ଥିତ ଥିଲେ ।

hiranchal ad1
Leave A Reply

Your email address will not be published.

5 × one =