ଶିକ୍ଷକଙ୍କୁ ବିଦାୟକାଳୀନ ସମ୍ବର୍ଦ୍ଧନା

0 172

ହରଭଙ୍ଗା,୩୦/୬- ବୌଦ୍ଧଜିଲ୍ଲା ହରଭଙ୍ଗା ବ୍ଲକ କରଞ୍ଜକଟା ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଦେବରାଜ ସାହୁଙ୍କୁ ଆଜି ଅବସର କାଳୀନ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ବିଦ୍ୟାଳୟ ପରିସରରେ ସରକାରଙ୍କ କୋଭିଡ ଗାଇଡଲାଇନ ଅନୁଯାୟୀ ଅନୁଷ୍ଠିତ ଏକ ସମ୍ବର୍ଦ୍ଧନା ଉତ୍ସବ ଶ୍ରୀ ସାହୁଙ୍କୁ ମାନପତ୍ର ଓ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ଏଥିରେ ମୁଖ୍ୟଅତିଥି ଭାବେ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଦେବରାଜ ପ୍ରଧାନ ଓ ସମ୍ମାନିତ ଅତିଥି ଭାବେ ବ୍ଲକ ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଜଗତ ମଲିକ ଓ ଯୋଗିଆ ବରିହା ସିଆରସିସି ପ୍ରସନ୍ନ ଭୋକ୍ତା ଛତ୍ରଙ୍ଗ ଉଚ୍ଚ଼ ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଦାମୋଦର ରାଉତଙ୍କ ସମେତ କରଞ୍ଜକଟା ପ୍ରାଥମିକ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଉପସ୍ଥିତ ଥିଲେ । ଦୀର୍ଘ ବର୍ଷ ଶିକ୍ଷା ଦାନ ପରେ ଆଜି ଅବସର ଗ୍ରହଣ କରିଥିବା ଶ୍ରୀ ସାହୁ ଜଣେ ଛାତ୍ର ବତ୍ସଳ ଓ ଚାକିରିକାଳ ମଧ୍ୟରେ ବିଭିନ୍ନ ବିଦ୍ୟାଳୟରେ ଥିବାବେଳେ ବିଦ୍ୟାଳୟ ଓ ଛାତ୍ରଛାତ୍ରୀଙ୍କ ଶିକ୍ଷାପାଇଁ ନିଜର ସ୍ୱତନ୍ତ୍ର ଉଦ୍ୟମ କରିଥିଲେ ।

hiranchal ad1
Leave A Reply

Your email address will not be published.

one × four =