ବୌଦ୍ଧ,୨୦/୭ – ମହାମାରୀ କରୋନାରୁ ରକ୍ଷା ପାଇବା ପାଇଁ ସଚେତନତାର ବାର୍ତ୍ତା ବୌଦ୍ଧ ଜିଲ୍ଲାର ଗାଆଁ ଗାଆଁ ରେ ବାଣ୍ଟିବା ପାଇଁ ଜିଲ୍ଲା ପ୍ରଶାସନ ପକ୍ଷରୁ କରୋନା ସଚେତନତା ରଥର ଶୁଭାରମ୍ଭ ହୋଇଯାଇଅଛି । ଆଜି ସକାଳ ୧୧ ଘଣ୍ଟା ସମୟରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଜିଲ୍ଲାପାଳ ଲଲାଟେନ୍ଦୁ ମିଶ୍ର ଓ ଆରକ୍ଷୀ ଅଧିକ୍ଷକ ଭି ରଘୁନାଥ ରାଓ ସବୁଜ ପତକା ଦେଖାଇ କରୋନା ସଚେତନତା ରଥର ଶୁଭାରମ୍ଭ କରିଥିଲେ । ଏହି ଅବସରରେ ଅତିରିକ୍ତ ଜିଲ୍ଲାପାଳ ଏନସି ଜ୍ୟୋତି ରଂଜନ ନାଏକ, ଡେପୁଟି କଲେକ୍ଟର ଅବିନାଶ ପାଣ୍ଡିଆ ଓ ଜିଲ୍ଲା ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ଶିଶିର କୁମାର ସାହୁ ପ୍ରମୁଖ ଉପସ୍ଥିତ ଥିଲେ ।