କାଲିଠୁ ଚାଲିବନି ବସ, ପୁଣି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ

0 93

କାଲିଠୁ ଚାଲିବନି ବସ୍ । ପୁଣି ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ । ଆସନ୍ତା ୨୦ ତାରିଖରୁ ସାରା ରାଜ୍ୟରେ ବସ୍ ଧର୍ମଘଟ। ଲକ୍ଷ୍ମୀ ଯୋଜନାକୁ ବିରୋଧ କରି ବସ୍ ଧର୍ମଘଟ ନିଷ୍ପତ୍ତି । ବସ୍ ମାଲିକ ସଂଘ କୋଷାଧ୍ୟକ୍ଷ ବରଦା ଆଚାର୍ଯ୍ୟଙ୍କ ସୂଚନା।ପୂର୍ବରୁ ଗତ ୧୦ ତାରିଖରୁ ଅନିର୍ଦ୍ଧିଷ୍ଟ କାଳ ପାଇଁ ରାଜ୍ୟରେ ଘରୋଇ ବସ୍ ଗଡିବ ନାହିଁ ବୋଲି କୁହାଯାଇଥିଲା । ହେଲେ ରାଜ୍ୟ ସରକାରଙ୍କ ସହ ସଂଘର ଆଲୋଚନା ପରେ ଏହାକୁ ସ୍ଥଗିତ ରଖାଯାଇଥିଲା।
ସରକାରଙ୍କ ସହ ଆଲୋଚନା ପୂର୍ବରୁ ସଂଘର ବୈଠକରେ ରାଜ୍ୟ ସରକାରଙ୍କ ଲକ୍ଷ୍ମୀ ବସ୍ ଯୋଜନାକୁ ପରିଷଦରେ ତୀବ୍ର ବିରୋଧ କରାଯାଇଥିଲା ।ଗାଁରୁ ବ୍ଲକ ହେଡକ୍ବାର୍ଟରକୁ ଯାତ୍ରୀ ପରିବହନ ସୁଗମ କରିବା ଲକ୍ଷ୍ୟରେ ରାଜ୍ୟ ସରକାର ଲକ୍ଷ୍ମୀ ବସ୍ ଯୋଜନା ଆରମ୍ଭ କରିବାକୁ ଯାଉଛନ୍ତି । ଯାହାକି ଘରୋଇ ବସ୍ ମାଲିକଙ୍କୁ ଘୋର କ୍ଷତି ପହଞ୍ଚାଇବା ସହ ଏହା ଉପରେ ନିର୍ଭର କରି ଚଳୁଥିବା ହଜାର ହଜାର କର୍ମଚାରୀଙ୍କ ପେଟ ପାଟଣାକୁ ଲାତ ବୋଲି କହିଛି ଘରୋଇ ବସ୍ ମାଲିକ ସଂଘ ।ସୂଚନାଥାଉକି, ମାଲକାନଗିରିରେ ଲକ୍ଷ୍ମୀ ବସ୍ ଯୋଜନାର ଶୁଭାରମ୍ଭ ହୋଇଥିଲା । ଆଉ ସେଦିନ ଅବିଭକ୍ତ କୋରାପୁଟ ଜିଲ୍ଲାର କୋରାପୁଟ, ମାଲକାନଗିରି, ଜୟପୁର ଏବଂ ନବରଙ୍ଗପୁରକୁ କୌଣସି ଘରୋଇ ବସ୍ ଚଳାଚଳ କରି ନଥିଲା । ବସ୍ ଧର୍ମଘଟ ଦେଖିବାକୁ ମିଳିଥିଲା ।ତେବେ ଆସନ୍ତା ୨୦ରୁ ସାରା ରାଜ୍ୟରେ ବସ୍ ଧର୍ମଘଟ ହେବ ବୋଲି ସୂଚନା ମିଳିଛି। ଅକ୍ଟୋବର ୩୧ ତାରିଖ ପର୍ଯ୍ୟନ୍ତ ରାଜ୍ୟାବ୍ୟାପୀ ବସ୍ ଧର୍ମଘଟ ସ୍ଥଗିତ ହୋଇଛି ବୋଲି କୁହାଯାଇଥିଲା । ସରକାରଙ୍କ ସହ ଆଲୋଚନା କରିବା ପରେ ଏପରି ନିଷ୍ପତ୍ତି ନେଇଥିଲେ ରାଜ୍ୟ ଘରୋଇ ବସ୍ ମାଲିକ ସଂଘ କିନ୍ତୁ ଆସନ୍ତା କାଲିଠାରୁ ପୁଣି ଥରେ ଧର୍ମଘଟ ଡାକରା ଦେଇଛି ଘରୋଇ ବସ୍ ମାଲିକ ସଂଘ।

hiranchal ad1
Leave A Reply

Your email address will not be published.

4 + 20 =