କ୍ୟାପିଟାଲ ହସ୍ପିଟାଲର ଆଧୁନିକୀକରଣ କରାଯିବ

0 38

ଭୁବନେଶ୍ୱର : ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଗତକାଲି (୨ ଅଗଷ୍ଟ ୨୦୨୪) ସନ୍ଧ୍ୟାରେ ଭୁବନେଶ୍ୱର କ୍ୟାପିଟାଲ ହସ୍ପିଟାଲ ପରିଦର୍ଶନ କରି ରାତିରେ ରୋଗୀ ମାନଙ୍କର କିପରି ଯତ୍ନ ନିଆ ଯାଉଛି ସେ ସମ୍ପର୍କରେ ପଚାରି ବୁଝିଛନ୍ତି। ରୋଗୀ ମାନଙ୍କ ସହିତ ଆଲୋଚନା କରି ସେମାନଙ୍କ ରହିବା, ଖାଇବା ଓ ଆଟେଣ୍ଡାଣ୍ଟ ମାନଙ୍କ ପାଇଁ ଥିବା ସୁବିଧା ସମ୍ପର୍କରେ ମୁଖ୍ୟମନ୍ତ୍ରୀ ପଚାରି ବୁଝିବା ସହିତ ହସ୍ପିଟାଲର ପରିମଳ ବ୍ୟବସ୍ଥା ସମ୍ପର୍କରେ ମଧ୍ୟ ବୁଝିଥିଲେ। କ୍ୟାପିଟାଲ ହସ୍ପିଟାଲର ଆହୁରି ଆଧୁନିକୀକରଣ କରାଯାଇ ରୋଗୀ ମାନଙ୍କ ପାଇଁ ଅଧିକ ସୁବିଧାର ବ୍ୟବସ୍ଥା କରାଯିବ ଏବଂ ହସ୍ପିଟାଲରେ ରୋଗୀ ସେବାରେ ଆହୁରି ଅଧିକ ଉନ୍ନତି ଆଣିବା ତଥା ଡାକ୍ତର ଓ ଅନ୍ୟ କର୍ମଚାରୀ ମାନେ ରୋଗୀ ମାନଙ୍କ ପ୍ରତି ଅଧିକ ସମ୍ବେଦନଶୀଳ ହେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶକ ଶ୍ରୀ ଦିଲ୍ଲୀପ କୁମାର ପଣ୍ଡାଙ୍କୁ ପରାମର୍ଶ ଦେଇଛନ୍ତି I ହସ୍ପିଟାଲର ଅସ୍ଥାୟୀ କର୍ମଚାରୀ ମାନଙ୍କ ସହିତ ମଧ୍ୟ ଆଲୋଚନା କରି ସେମାନଙ୍କ ପ୍ରାପ୍ୟ ମଜୁରୀ ସମ୍ପର୍କରେ ବୁଝିବାସହ ନୂଆ ବର୍ଦ୍ଧିତ ମଜୁରୀ ମିଳିବା ପରେ ସେମାନଙ୍କ ପ୍ରାପ୍ୟ ମଜୁରୀ ବୃଦ୍ଧି ପାଇବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି। ରୋଗୀ ସେବା ପରି ଏକ ମହାନ୍ କାର୍ଯ୍ୟରେ ନିଷ୍ଠାର ସହିତ ଦାୟିତ୍ଵ ତୁଲାଉ ଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କର ଉଚ୍ଚ ପ୍ରଶଂସା କରିଛନ୍ତି I

hiranchal ad1
Leave A Reply

Your email address will not be published.

13 − 10 =