ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକ

0 117

ଭୁବନେଶ୍ୱର: ପୂର୍ବତନ ବାଚସ୍ପତି କିଶୋର ମହାନ୍ତିଙ୍କ ଆକସ୍ମିକ ବିୟୋଗରେ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରିଛନ୍ତି। ଏକ ଶୋକବାର୍ତ୍ତାରେ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଏହି ଦୁଃଖଦ ଖବରରେ ସେ ଗଭୀର ଭାବରେ ମର୍ମାହତ ହୋଇଛନ୍ତି । ସେ ଜଣେ ଜନପ୍ରିୟ ନେତା ଭାବରେ ଦଳମତ ନିର୍ବିଶେଷରେ ସମସ୍ତଙ୍କର ପ୍ରିୟପାତ୍ର ଥିଲେ। ବାଚସ୍ପତି ଭାବେ ଉଚ୍ଚ ସଂସଦୀୟ ପରମ୍ପରା ବଜାୟ ରଖିବା ସହିତ ସବୁ ଦଳର ବିଧାୟକ ମାନଙ୍କ ସମ୍ମାନର ଅଧିକାରୀ ହୋଇପାରିଥିଲେ । ମନ୍ତ୍ରୀ ତଥା ବିଧାୟକ ଭାବରେ ଓଡିଶାର ବିକାଶ ପାଇଁ ତାଙ୍କର ଗୁରୁତ୍ବପୂର୍ଣ୍ଣ ଅବଦାନ ରହିଛି । ପଶ୍ଚିମ ଓଡିଶା ବିକାଶ ପରିଷଦର ଅଧ୍ୟକ୍ଷ ଭାବରେ ମଧ୍ୟ ସେ ଅନେକ ବିକାଶମୂଳକ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ । ପଶ୍ଚିମ ଓଡିଶାରେ ବିଜୁ ଜନତା ଦଳର ସାଂଗଠନିକ କାର୍ଯ୍ୟକ୍ରମକୁ ଦୃଢ ନେତୃତ୍ବ ଦେଇଥିଲେ । ସେବା ଓ ପ୍ରତିବଦ୍ଧତା ତାଙ୍କ ବ୍ୟକ୍ତିତ୍ବର ଅନନ୍ୟ ଦିଗ ଥିଲା ।

hiring

ପରଲୋକଗତ ଆତ୍ମାର ସଦ୍ଗତି କାମନା କରିବା ସହିତ ମୁଖ୍ୟମନ୍ତ୍ରୀ ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇଛନ୍ତି

hiranchal ad1
Leave A Reply

Your email address will not be published.

four × 3 =