ଆଜି ଚିତାଲାଗି ଅମାବାସ୍ୟା, ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା

0 77

ପୁରୀ : ଆଜି ଚିତାଲାଗି ଅମାବାସ୍ୟା । ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଲାଗି ହେବ ହୀରା ଖଚିତ ଚିତା । ପତିମହାପାତ୍ର ସେବାୟତ ସଂସ୍କାର କରିବା ପରେ ତିନି ବାଡର ବାଡ଼ଗ୍ରାହୀ ଓ ଦଇତାପତି ସେବାୟତମାନେ ମହାପ୍ରଭୁଙ୍କୁ ଏହି ଚିତା ଲାଗି କରିବେ । ଶ୍ରୀଜଗନ୍ନାଥଙ୍କୁ ସୁଭ୍ର ହୀରା ଖଚିତ ରତ୍ନଚିତା, ଶ୍ରୀବଳଭଦ୍ରଙ୍କୁ ନୀଳା ଓ ଦେବୀ ସୁଭଦ୍ରାଙ୍କୁ ପାନା ହୀରା ଖଚିତ ରତ୍ନ ଚିତା ଲାଗି କରାଯିବ । ଚିତାଲାଗି ପରେ ମହାପ୍ରଭୁଙ୍କୁ ମହାସ୍ନାନ କରାଯିବ । ତେବେ ଗତ ସ୍ନାନପୂର୍ଣ୍ଣମୀ ଦିନ ମହାପ୍ରଭୁ ଅତ୍ୟଧିକ ସ୍ନାନ କରି ଜ୍ୱର ରୋଗରେ ପୀଡିତ ହୋଇ ଅଣସର ଘରେ ଥିଲେ । ସେହି ସମୟରେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରୁ ଏହି ଚିତା ଗୁଡିକୁ କାଢି ନିଆଯାଇଥିଲା । ରଥଯାତ୍ରା ସମୟରେ ମହାପ୍ରଭୁଙ୍କୁ ସୋଲ ଚିତା ଲାଗି କରାଯାଇଥିଲା । ଆଜି ସୋଲ ଚିତାକୁ କଢ଼ାଯାଇ ହୀରା ଖଚିତ ଚିତା ଲାଗି କରାଯାଏ । ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ନୀତି ସରିବା ପରେ ଏହି ବିଶେଷ ନୀତି ଅନୁଷ୍ଠିତ ହେବ ।

hiranchal ad1
Leave A Reply

Your email address will not be published.

6 + 19 =