ଭାରତର ଐତିହାସିକ ବିଜୟ, ଅଭିନନ୍ଦନ ଜଣାଇଲେ ମୁଖ୍ୟମନ୍ତ୍ରୀ

0 113

ଭୁବନେଶ୍ବର : ୪୧ ବର୍ଷ ପରେ ଟୋକିଓ ଅଲମ୍ପିକ୍ସରେ ଭାରତ ଜର୍ମାନୀକୁ ୫-୪ ଗୋଲରେ ପରାସ୍ତ କରି ଐତିହାସିକ ବିଜୟ ହାସଲ କରି ବ୍ରୋଞ ପଦକ ହାସଲ କରିଛି ।ଭାରତୀୟ ଦଳ ମ୍ୟାଚ୍ ଜିତିବା ପରେ ଚାରିଆଡୁ ପ୍ରଶଂସା ଓ ଶୁଭେଚ୍ଛାର ସୂଅ ଛୁଟିଛି । ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସମେତ ଅନେକ ମନ୍ତ୍ରୀ, ଖେଳାଳି ଆଦି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି । ଭାରତର ଏହି ଐତିହାସିକ ବିଜୟ ଲାଗି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଭାରତୀୟ ହକି ଦଳକୁ ଅଭିନନ୍ଦନ ଜଣାଇଛନ୍ତି। ସେ ନିଜ ଟୁଇଟରରେ ଲେଖିଛନ୍ତି, ‘ଅଲିମ୍ପିକ୍ସରେ ୪୧ ବର୍ଷ ପରେ ମେଡାଲ ଆଣିଲା ଭାରତ। ଐତିହାସିକ ବିଜୟ ଆଗାମୀ ପିଢି ପାଇଁ ପ୍ରେରଣା ଦେବ।’ ଖେଳାଳିଙ୍କ ଆଗାମୀ ଭବିଷ୍ୟତ ଲାଗି ସଫଳତା କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ। ଠିକ୍ ସେହିପରି କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ଭାରତୀୟ ହକିଦଳର ପୂର୍ବତନ ଅଧିନାୟକ ଦୀଲିପ ତିର୍କୀ ମଧ୍ୟ ଭାରତୀୟ ହକି ଦଳକୁ ଶୁଭେଚ୍ଛା ଜଣାଇଛନ୍ତି।

hiranchal ad1
Leave A Reply

Your email address will not be published.

2 × four =