ବୁଣାକାରଙ୍କ ପାଇଁ ସ୍ବତନ୍ତ୍ର ପ୍ୟାକେଜ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

0 192

ଭୁବନେଶ୍ୱର : ରାଜ୍ୟର ବୁଣାକାର ମାନଙ୍କ ପାଇଁ ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ  ଏକ  ସ୍ଵତନ୍ତ୍ର ପ୍ୟାକେଜ ଘୋଷଣା କରିଛନ୍ତି । ରାଜ୍ୟରେ କୃଷି ପରେ ହସ୍ତତନ୍ତ ହିଁ ଗ୍ରାମାଞ୍ଚଳରେ ସର୍ବାଧିକ ଲୋକଙ୍କୁ ନିଯୁକ୍ତି ଯୋଗାଇଥାଏ ।    ସାରା ବିଶ୍ବରେ ଉପସ୍ଥାପନ କରିଆସୁଛନ୍ତି  ଏବଂ ଓଡିଶାର ତିଆରି ହସ୍ତତନ୍ତର ମଧ୍ୟ ବିଶେଷ ଚାହିଦା ରହିଛି । କିନ୍ତୁ ମହାମାରୀ କୋଭିଡ ପରିପ୍ରେକ୍ଷୀରେ ଗତ ଦୁଇବର୍ଷରେ ହସ୍ତତନ୍ତ ବ୍ୟବସାୟ ଗଭୀର ଭାବରେ ପ୍ରଭାବିତ ହୋଇଛି ଏବଂ ଆମର ହଜାର ହଜାର ବୁଣାକାର ମାନଙ୍କ ରୋଜଗାରରେ ମଧ୍ୟ ହ୍ରାସ ଘଟିଛି ।   ଏହି ପ୍ୟାକେଜରେ  concrete ହୋଇନଥିବା  ୧୫,୦୦୦ loom pit କୁ ପର୍ଯ୍ୟାୟକମେ ଆଗାମୀ ତିନି ବର୍ଷରେ କଂକ୍ରିଟ କରାଯିବ । ପ୍ରତି loom pit କଂକ୍ରିଟ ପାଇଁ ୭୦୦୦ ଟଙ୍କା ଲେଖାଏ ଖର୍ଚ୍ଚ କରାଯିବ। ରାଜ୍ୟର ୩୧,୩୪୨ଟି loom pit ମଧ୍ୟରୁ ଏପର୍ଯ୍ୟନ୍ତ ୧୫,୦୭୧ଟି loom pit କୁ କଂକ୍ରିଟ କରାଯାଇଛି ।   ସେହିପରି ୩୦୦୦ ବୁଣାକାର ପରିବାରକୁ ମୁଖ୍ୟମନ୍ତ୍ରୀଙ୍କ ସ୍ବତନ୍ତ୍ର ପ୍ୟାକେଜ ଅଧିନରେ ପ୍ରାଥମିକତା ଭିତ୍ତିରେ House-cum-Work shed  ଯୋଗାଇ ଦିଆଯିବ ।  ବୁଣାକାର ମାନଙ୍କ ଆଖି ଉପରେ ଯେପରି ବିଶେଷ  ଚାପ ନ ପଡିବ ଏବଂ ସେମାନେ  ଦୀର୍ଘ ସମୟ କାମ କରିପାରିବେ, ସେଥିପାଇଁ  ସେମାନଙ୍କୁ ଏହି ଯୋଜନାରେ  ବିଜୁଳି ଆଲୁଅ ଓ ବିଜୁଳି ପଙ୍ଖା ଯୋଗାଇ ଦିଆଯିବ। ସେହିପରି ସମସ୍ତ ଯୋଗ୍ୟ ବୁଣାକାର ପରିବାର କୁ ଅଗ୍ରାଧିକାର  ଭିତ୍ତିରେ  ବାସଗୃହ ଯୋଗାଇ ଦେବା ପାଇଁ  ନିଷ୍ପତ୍ତି କରାଯାଇଛି ।  ଏହି ପ୍ୟାକେଜ ରେ ବୁଣାକାର ମାନେ ଯେପରି ସୁବିଧା ରେ ଋଣ ପାଇ ପାରିବେ ତା ଉପରେ ଗୁରୁତ୍ୱ ଦିଆଯାଇଛି । ବୁଣାକାର ମାନଙ୍କୁ ପଚାଶ ହଜାର ଟଙ୍କା ପର୍ଯ୍ୟନ୍ତ ଋଣ ବିନା ସୁଧରେ  ଯୋଗାଇ ଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି । ବୁଣାକାର ମାନଙ୍କର ଉତ୍ପାଦନ ସାମଗ୍ରୀ ରଖିବା ନିମନ୍ତେ ବିଭିନ୍ନ ଗୋଷ୍ଠୀ ଭିତ୍ତିଭୂମି ଯଥା – CFC,  ଗୋଦାମ ଓ ବିକ୍ରୟ କେନ୍ଦ୍ର ଆଦି  ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ଜରିଆରେ କରାଯିବ।

hiranchal ad1
Leave A Reply

Your email address will not be published.

4 × 2 =