ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟା କିନ୍ତୁ କମୁନାହିଁ । ଗତ ୨୪ ଘଣ୍ଟା ମଧ୍ୟରେ ୩୪୦୮ ଜଣ କୋଭିଡ୍ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୮୮୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯୩ଜଣ, ବାଲେଶ୍ୱର ଜିଲ୍ଲାରୁ ୨୫୧ଜଣ, ବରଗଡ଼ ଜିଲ୍ଲାରୁ ୨୪ଜଣ, ଭଦ୍ରକ ଜିଲ୍ଲାରୁ ୧୬୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨୨ଜଣ, ବୌଦ୍ଧ ଜିଲ୍ଲାରୁ ୨୮ଜଣ, କଟକ ଜିଲ୍ଲାରୁ ୫୫୩ଜଣ, ଦେବଗଡ଼ ଜିଲ୍ଲାରୁ ୪ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୩ଜଣ, ଗଜପତି ଜିଲ୍ଲାରୁ ୧୪ଜଣ, ଗଞ୍ଜାମ ଜିଲ୍ଲାରୁ ୧୭ଜଣ, ଜଗତସିଂହପୁର ଜିଲ୍ଲାରୁ ୧୦୩ଜଣ, ଯାଜପୁର ଜିଲ୍ଲାରୁ ୨୫୮ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୯ଜଣ, କଳାହାଣ୍ଡି ଜିଲ୍ଲାରୁ ୧୫ଜଣ, କନ୍ଧମାଳ ଜିଲ୍ଲାରୁ ୧୯ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୧୦ଜଣ, କେନ୍ଦୁଝର ଜିଲ୍ଲାରୁ ୭୦ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୮୨ଜଣ, କୋରାପୁଟ ଜିଲ୍ଲାରୁ ୭୬ଜଣ, ମାଲକାନଗିରି ଜିଲ୍ଲାରୁ ୭୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୫୮ଜଣ, ନବରଙ୍ଗପୁର ଜିଲ୍ଲାରୁ ୪୩ଜଣ, ନୟାଗଡ଼ ଜିଲ୍ଲାରୁ ୧୬୦ଜଣ, ନୂଆପଡା ଜିଲ୍ଲାରୁ ୬ଜଣ, ପୁରୀ ଜିଲ୍ଲାରୁ ୨୧୫ଜଣ, ରାୟଗଡ଼ା ଜିଲ୍ଲାରୁ ୭୭ଜଣ, ସମ୍ବଲପୁର ଜିଲ୍ଲାରୁ ୨୮ଜଣ, ସୋନପୁର ଜିଲ୍ଲାରୁ ୧୬ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୭ଜଣ, ଷ୍ଟେଟ ପୁଲ୍ରୁ ୯୫ଜଣ ରହିଛନ୍ତି ।
Sign in
Sign in
Recover your password.
A password will be e-mailed to you.
Next Post