ରାଜ୍ୟରେ କରୋନା ନେଲା ୬୭ ଜଣଙ୍କ ଜୀବନ

0 107

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୮୩୩ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୭ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୧୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୬ଜଣ ରହିଥିବା ବେଳେ ଅନୁଗୁଳ, କେନ୍ଦୁଝର ଜିଲ୍ଲାରୁ ୧୦ଜଣ ରହିଛନ୍ତି । ସୁନ୍ଦରଗଡ଼ ଜିଲ୍ଲାରୁ ୬ଜଣ ରହିଥିବା ବେଳେ ପୁରୀ ଜିଲ୍ଲାରୁ ୫ଜଣ ରହିଛନ୍ତି । ଗଞ୍ଜାମ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ଦେବଗଡ଼, ଢେଙ୍କାନାଳ, ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କେନ୍ଦ୍ରାପଡ଼ା, ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୭୭ଜଣ, ବାଲେଶ୍ୱର ଜିଲ୍ଲାରୁ ୧୨୯ଜଣ, ବରଗଡ଼ ଜିଲ୍ଲାରୁ ୧୦ଜଣ, ଭଦ୍ରକ ଜିଲ୍ଲାରୁ ୮୯ଜଣ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୨୪୩ଜଣ, ଦେବଗଡ଼ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୧୩ଜଣ, ଗଜପତି ଜିଲ୍ଲାରୁ ୧୬ଜଣ, ଗଞ୍ଜାମ ଜିଲ୍ଲାରୁ ୯ଜଣ, ଜଗତସିଂହପୁର ଜିଲ୍ଲାରୁ ୬୧ଜଣ, ଯାଜପୁର ଜିଲ୍ଲାରୁ ୧୧୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮ଜଣ, କଳାହାଣ୍ଡି ଜିଲ୍ଲାରୁ ୬ଜଣ, କନ୍ଧମାଳ ଜିଲ୍ଲାରୁ ୮ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୮୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪୯୦ଜଣ, କୋରାପୁଟ ଜିଲ୍ଲାରୁ ୯ଜଣ, ମାଲକାନଗିରି ଜିଲ୍ଲାରୁ ୧୯, ମୟୁରଭଞ୍ଜ ଜିଲ୍ଲାରୁ ୫୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୨୮ଜଣ, ପୁରୀ ଜିଲ୍ଲାରୁ ୧୩୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୧ଜଣ, ସମ୍ବଲପୁର ଜିଲ୍ଲାରୁ ୨୩ଜଣ, ସୋନପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୪୭ଜଣ, ଷ୍ଟେଟ ପୁଲ୍‌ରୁ ୯୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

20 + twenty =