ରାଜ୍ୟରେ ୨ ହଜାରେ ମୁହାଁ ଦୈନିକ ସଂକ୍ରମଣ

0 151

ଭୁବନେଶ୍ୱର : ଗତ ୨୪ ଘଣ୍ଟା ମଧ୍ୟରେ ୧୮୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦୫୯୭୭୩ଜଣକୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ଟ୍ଵିଟ୍ ଯୋଗେ ସୂଚନା ଦିଆଯାଇଛି । ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୬ ଜଣ କ୍ୱାରେଣ୍ଟାଇନ୍‌ରୁ ରହିଥିବା ବେଳେ ୭୯୧ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେହିପରି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ୧୮ ବର୍ଷରୁ କମ୍‌ ବୟସର ୨୫୮ ଜଣ ରହିଛନ୍ତି ।

hiring

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୩ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୦ଜଣ, ବରଗଡ଼ ଜିଲ୍ଲାରୁ ୧୬ଜଣ, ଭଦ୍ରକ ଜିଲ୍ଲାରୁ ୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୩ଜଣ, କଟକ ଜିଲ୍ଲାରୁ ୧୪୮ଜଣ, ଦେଓଗଡ଼ ଜିଲ୍ଲାରୁ ୧୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୪ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୩୪ଜଣ, ଜଗତସିଂହପୁର ଜିଲ୍ଲାରୁ ୧୯ଜଣ, ଯାଜପୁର ଜିଲ୍ଲାରୁ ୩୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୬ଜଣ, କଳାହାଣ୍ଡି ଜିଲ୍ଲାରୁ ୧୪ଜଣ, କନ୍ଧମାଳ ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୩୧ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬୯ଜଣ, କୋରାପୁଟ ଜିଲ୍ଲାରୁ ୧୫ଜଣ, ମାଲକାନାଗିରି ଜିଲ୍ଲାରୁ ଜଣେ, ମୟୁରଭଞ୍ଜ ଜିଲ୍ଲାରୁ ୪୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୨୫ଜଣ, ନୟାଗଡ଼ ଜିଲ୍ଲାରୁ ୧୪ଜଣ, ନୂଆପଡ଼ା ଜିଲ୍ଲାରୁ ୧୨ଜଣ, ପୁରୀ ଜିଲ୍ଲାରୁ ୫୪ଜଣ, ରାୟଗଡ଼ା ଜିଲ୍ଲାରୁ ୭ଜଣ, ସମ୍ବଲପୁର ଜିଲ୍ଲାରୁ ୧୨୫ଜଣ, ସୋନପୁର ଜିଲ୍ଲାରୁ ୧୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୬୨ଜଣ, ଷ୍ଟେଟ ପୁଲ୍‌ରୁ ୧୫୮ଜଣ ରହିଛନ୍ତି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୫୯୭୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୭୩୯ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୪୫୫୧୪ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୫୮୯୪୦୬୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

4 × two =