ରାଜ୍ୟରେ କମୁଛି ସଂକ୍ରମଣ, ବଢୁଛି ମୃତ୍ୟୁସଂଖ୍ୟା
ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୪୫୦ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୯ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୪୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ , ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ରାୟଗଡ଼ା, ପୁରୀ, ଢେଙ୍କାନାଳ, କଟକ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଭଦ୍ରକ, କଳାହାଣ୍ଡି, କନ୍ଧମାଳ, ସୁନ୍ଦରଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୧୫୨ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦୫ଜଣ, ବରଗଡ଼ ଜିଲ୍ଲାରୁ ୮୨ଜଣ, ଭଦ୍ରକ ଜିଲ୍ଲାରୁ ୫୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୦୩ଜଣ, ବୌଦ୍ଧ ଜିଲ୍ଲାରୁ ୫୩ଜଣ, କଟକ ଜିଲ୍ଲାରୁ ୨୦୨ଜଣ, ଦେଓଗଡ଼ ଜିଲ୍ଲାରୁ ୭୧ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୫ଜଣ, ଗଜପତି ଜିଲ୍ଲାରୁ ୭୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୪ଜଣ, ଜଗତସିଂହପୁର ଜିଲ୍ଲାରୁ ୬୪ଜଣ, ଯାଜପୁର ଜିଲ୍ଲାରୁ ୭୩ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫୫ଜଣ, କଳାହାଣ୍ଡି ଜିଲ୍ଲାରୁ ୬୩ଜଣ, କନ୍ଧମାଳ ଜିଲ୍ଲାରୁ ୪୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬୦ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୭୧୪ଜଣ, କୋରାପୁଟ ଜିଲ୍ଲାରୁ ୫୩ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୮୦ଜଣ, ନବରଙ୍ଗପୁର ଜିଲ୍ଲାରୁ ୯୯ଜଣ, ନୟାଗଡ଼ ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୨୫ଜଣ, ନୂଆପଡ଼ା ଜିଲ୍ଲାରୁ ୧୮୧ଜଣ, ପୁରୀ ଜିଲ୍ଲାରୁ ୭୨ଜଣ, ରାୟଗଡ଼ା ଜିଲ୍ଲାରୁ ୩୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୩୧ଜଣ, ସୋନପୁର ଜିଲ୍ଲାରୁ ୨୧ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୮୭ଜଣ, ଷ୍ଟେଟ ପୁଲ୍ରୁ ୧୪୫ଜଣ ରହିଛନ୍ତି ।