ପୁଣି ୬୦ଜଣଙ୍କ ଜୀବନ ନେଲା କରୋନା, ଚିହ୍ନଟ ହେଲେ ୧୬୨୯ ଆକ୍ରାନ୍ତ

0 104

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୬୨୯ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୦ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୩୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ଼଼ ଜିଲ୍ଲାରୁ ସର୍ବାଧିକ ୧୪ଜଣ ରହିଥିବା ବେଳେ ଖୋର୍ଦ୍ଧା ଜିଲ୍ଲାରୁ ୮ଜଣ ରହିଛନ୍ତି । ଅନୁଗୁଳ, କଟକ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଥିବା ବେଳେ କେନ୍ଦୁଝର, ପୁରୀ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ବୌଦ୍ଧ, ସମ୍ବଲପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ ଜିଲ୍ଲାରୁ ୨ଜଣ ରହିଛନ୍ତି । ସେହିପରି ଯାଜପୁର, ଝାରସୁଗୁଡ଼ା, କନ୍ଧମାଳ, କୋରାପୁଟ, ନବରଙ୍ଗପୁର, ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୪୪ଜଣ, ବାଲେଶ୍ୱର ଜିଲ୍ଲାରୁ ୯୩ଜଣ, ବରଗଡ଼ ଜିଲ୍ଲାରୁ ୧୧ଜଣ, ଭଦ୍ରକ ଜିଲ୍ଲାରୁ ୭୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୬୦ଜଣ, ଦେଓଗଡ଼ ଜିଲ୍ଲାରୁ ୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୩୯ଜଣ, ଗଜପତି ଜିଲ୍ଲାରୁ ୨ଜଣ, ଗଞ୍ଜାମ ଜିଲ୍ଲାରୁ ୮ଜଣ, ଜଗତସିଂହପୁର ଜିଲ୍ଲାରୁ ୬୭ଜଣ, ଯାଜପୁର ଜିଲ୍ଲାରୁ ୮୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫ଜଣ, କନ୍ଧମାଳ ଜିଲ୍ଲାରୁ ୧୬ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୭ଜଣ, କେନ୍ଦୁଝର ଜିଲ୍ଲାରୁ ୨୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୫୩୨ଜଣ, କୋରାପୁଟ ଜିଲ୍ଲାରୁ ୪ଜଣ, ମାଲକାନଗିରି ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୫୩ଜଣ, ନବରଙ୍ଗପୁର ଜିଲ୍ଲାରୁ ୬ଜଣ, ନୟାଗଡ଼ ଜିଲ୍ଲାରୁ ୩୮ଜଣ, ନୂଆପଡ଼ା ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୯୬ଜଣ, ରାୟଗଡ଼ା ଜିଲ୍ଲାରୁ ୧୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୪ଜଣ, ସୋନପୁର ଜିଲ୍ଲାରୁ ୨୨ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୨ଜଣ, ଷ୍ଟେଟ ପୁଲ୍‌ରୁ ୧୧୩ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

one × 2 =