ପୁଣି ୬୯ ଜୀବନ ନେଲା କରୋନା, ୧୨୪୩ ନୂଆ ଆକ୍ରାନ୍ତ ଚିହ୍ନଟ

0 116

ଭୁବନେଶ୍ୱର : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ସାମାନ୍ୟ ହ୍ରାସ ପାଇଛି । ଗତ ୨୪ ଘଣ୍ଟା ମଧ୍ୟରେ ୧୨୪୩ ଜଣ କୋଭିଡ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୬୯ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୪୩୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।
ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ୨୧ଜଣ, କଟକ ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଓ ବାଲେଶ୍ୱର ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି । ବରଗଡ଼ ଓ କେନ୍ଦୁଝର ଜିଲ୍ଲାରୁ ୫ଜଣ ଲେଖାଏଁ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, ଦେବଗଡ଼ ଜିଲ୍ଲାରୁ ଜଣେ ରହିଛନ୍ତି ।
ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୫୩ଜଣ, ବାଲେଶ୍ୱର ଜିଲ୍ଲାରୁ ୪୯ଜଣ, ବରଗଡ଼ ଜିଲ୍ଲାରୁ ୯ଜଣ, ଭଦ୍ରକ ଜିଲ୍ଲାରୁ ୨୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୬ଜଣ, ବୌଦ୍ଧ ଜିଲ୍ଲାରୁ ୪ଜଣ, କଟକ ଜିଲ୍ଲାରୁ ୧୭୭ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଢେଙ୍କାନାଳ ଜିଲ୍ଲାରୁ ୨୯ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଗଞ୍ଜାମ ଜିଲ୍ଲାରୁ ୨ଜଣ, ଜଗତସିଂହପୁର ଜିଲ୍ଲାରୁ ୮୮ଜଣ, ଯାଜପୁର ଜିଲ୍ଲାରୁ ୫୦ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଜିଲ୍ଲାରୁ ୨ଜଣ, କନ୍ଧମାଳ ଜିଲ୍ଲାରୁ ୫ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୫ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୩୯୯ଜଣ, ମାଲକାନଗିରି ଜିଲ୍ଲାରୁ ୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୩୫ଜଣ, ନବରଙ୍ଗପୁର ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ୫୬ଜଣ, ନୂଆପଡ଼ା ଜିଲ୍ଲାରୁ ୨ଜଣ, ପୁରୀ ଜିଲ୍ଲାରୁ ୬୯ଜଣ, ରାୟଗଡ଼ା ଜିଲ୍ଲାରୁ ୧୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୋନପୁର ଜିଲ୍ଲାରୁ ୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୪ଜଣ, ଷ୍ଟେଟ୍‌ ପୁଲ୍‌ରୁ ୮୪ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

19 − 15 =