ରାଜ୍ୟରେ କରୋନା ନେଲା ଆଉ ୧୭ ଜୀବନ

0 64

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩୦୮୬ ଜଣ କୋଭିଡ ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ଆଉ ୧୭ ଜଣଙ୍କ ଜୀବନ ନେଲା କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୬୨୯କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୪ଜଣ ରହିଥିବା ବେଳେ ପୁରୀ ଓ ଖେର୍ଦ୍ଧା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଅନୁଗୁଳ, ବାଲେଶ୍ୱର, ଭଦ୍ରକ, ଗଞ୍ଜାମ, ଜଗତସିଂହପୁର, ମାଲକାନଗିରି, ଯାଜପୁର, କେନ୍ଦ୍ରାପଡ଼ା, ରାୟଗଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

hiring

ରାଜ୍ୟରେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରେ ଅନୁଗୁଳ ଜିଲ୍ଲାରୁ ୮୨ଜଣ, ବାଲେଶ୍ୱର ଜିଲ୍ଲାରୁ ୭୬ଜଣ, ବରଗଡ଼ ଜିଲ୍ଲାରୁ ୩୬ଜଣ, ଭଦ୍ରକ ଜିଲ୍ଲାରୁ ୭୭ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୬ଜଣ, ବୌଦ୍ଧ ଜିଲ୍ଲାରୁ ୧୬ଜଣ, କଟକ ଜିଲ୍ଲାରୁ ୩୨୫ଜଣ, ଦେଓଗଡ଼ ଜିଲ୍ଲାରୁ ୬୯ଜଣ, ଢେଙ୍କାନାଳ ଜିଲ୍ଲାରୁ ୭୧ଜଣ, ଗଜପତି ଜିଲ୍ଲାରୁ ୬୩ଜଣ, ଗଞ୍ଜାମ ଜିଲ୍ଲାରୁ ୪୬ଜଣ, ଜଗତସିଂହପୁର ଜିଲ୍ଲାରୁ ୭୪ଜଣ, ଯାଜପୁର ଜିଲ୍ଲାରୁ ୧୪୯ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୬୯ଜଣ, କଳାହାଣ୍ଡି ଜିଲ୍ଲାରୁ ୭୭ଜଣ, କନ୍ଧମାଳ ଜିଲ୍ଲାରୁ ୨୪ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୪୯ଜଣ, କେନ୍ଦୁଝର ଜିଲ୍ଲାରୁ ୩୯ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୫୨ଜଣ, କୋରାପୁଟ ଜିଲ୍ଲାରୁ ୪୪ଜଣ, ମାଲକାନଗିରି ଜିଲ୍ଲାରୁ ୩୦ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୯ଜଣ, ନବରଙ୍ଗପୁର ଜିଲ୍ଲାରୁ ୮୪ଜଣ, ନୟାଗଡ଼ ଜିଲ୍ଲାରୁ ୧୧୦ଜଣ, ନୂଆପଡ଼ା ଜିଲ୍ଲାରୁ ୧୦୬ଜଣ, ପୁରୀ ଜିଲ୍ଲାରୁ ୪୨ଜଣ, ରାୟଗଡ଼ା ଜିଲ୍ଲାରୁ ୪୦ଜଣ, ସମ୍ବଲପୁର ଜିଲ୍ଲାରୁ ୭୫ଜଣ, ସୋନପୁର ଜିଲ୍ଲାରୁ ୩୫ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୨୧୬ଜଣ, ଷ୍ଟେଟ ପୁଲ୍‌ରୁ ୧୨୫ଜଣ ରହିଛନ୍ତି ।

hiranchal ad1
Leave A Reply

Your email address will not be published.

3 × 1 =