କରୋନା ନେଲା ଆଉ ୬ ଜଣଙ୍କ ଜୀବନ

0 74

ଭୁବନେଶ୍ୱର : ରାଜ୍ୟରେ ଗତ ୨୪ ଘଣ୍ଟାରେ ୬ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧାରୁ ୨ଜଣ ରହିଥିବା ବେଳେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଜଗତସିଂହପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୨୬୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୩୨୬୭୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୫୧୪୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୧୯୨୧୮ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୦୭୬୫୨୪୫ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

20 − 14 =