କରୋନା ନେଲା ଆଉ ୩ ଜଣଙ୍କ ଜୀବନ

0 37

ଭୁବନେଶ୍ୱର ୦୫।୧୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ଆଉ ୩ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଖୋର୍ଦ୍ଧା, ମୟୂରଭଞ୍ଜ ଓ ନୟାଗଡ଼ ଜିଲ୍ଲାରୁ ଜଣେ ଲେଖାଁଏ ଆକ୍ରାନ୍ତଙ୍କ ଜୀବନ ନେଇଛି ଘାତକ କରୋନା। । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୫୦ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୨୯୪୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୩୬୫୧ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୦୮୮୯ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୨୯୬୫୫୮ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

twelve + fifteen =