କରୋନା ନେଲା ଆଉ ୮ ଜଣଙ୍କ ଜୀବନ

0 71

ଭୁବନେଶ୍ୱର : ରାଜ୍ୟରେ ୮ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ କଟକ ଜିଲ୍ଲାରୁ ୨ ଜଣ, ବଲେଶ୍ବର ,ଢ଼େଙ୍କନାଳ, ଜଗତସିଂହପୁର, ଯାଜପୁର, ମାଲକାନଗିରି ଓ ମୟୂରଭଞ୍ଜ ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୦୯୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୧୫୭୧୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୭୦୨୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୦୦୫୪୮ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୧୮୭୯୩୯୯୭ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

twelve − 4 =