କରୋନା ନେଲା ଆଉ ୨ ଜଣଙ୍କ ଜୀବନ

0 58

ଭୁବନେଶ୍ୱର ୧୩।୧୧ : ରାଜ୍ୟରେ କିଛି ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମିଥିବା ବେଳେ ମୃତ୍ୟୁସଂଖ୍ୟାରେ ହ୍ରାସ ପାଇଛି । ଗତ ୨୪ ଘଣ୍ଟାରେ ଆଉ ୨ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ଗଞ୍ଜାମ ଓ କୋରାପୁଟ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩୭୫ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୫୨୦୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୭୯୦ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୩୯୯୧ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୨୭୭୮୨୩୧ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

three × 1 =