ରାଜ୍ୟରେ ଆଉ ୩ ଜଣ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୮୪୦୬କୁ ବୃଦ୍ଧି

0 38

ଭୁବନେଶ୍ୱର ୨୭।୧୧ : ରାଜ୍ୟରେ ଗତ ୨୪ ଘଣ୍ଟାରେ ୩ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ମୃତକଙ୍କ ମଧ୍ୟରେ ବଲାଙ୍ଗୀର, ଝାରସୁଗୁଡ଼ା ଓ କଳାହାଣ୍ଡି ଜଣେ ଲେଖାଏଁ ରହିଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୪୦୬ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୧୦୪୮୪୯୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥି ମଧ୍ୟରୁ ୨୪୨୪ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୧୦୩୭୬୦୯ ଜଣ ସୁସ୍ଥ ହୋଇଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୫୬୯୩୪୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

hiranchal ad1
Leave A Reply

Your email address will not be published.

five × 5 =